ରେଲଓ୍ବେ ଷ୍ଟେସନ୍‌ରେ ମିଶାଇଲ୍‌ ମାଡ଼: ୩୦ ମୃତ, ୧୦୦ରୁ ଊର୍ଦ୍ଧ୍ୱ ଆହତ

କ୍ୱିଭ୍‌,୮।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୪୪ ଦିନରେ ପହଞ୍ଚିଛି। ଏହି ଯୁଦ୍ଧ କେବେ ସମାପ୍ତ ହେବ ତାହା କାହାକୁ ଜଣାନାହିଁ। ବେଳକୁ ବେଳ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ତୀବ୍ର କରୁଛି। ଇତିମଧ୍ୟରେ ଶୁକ୍ରବାର ପୂର୍ବ ୟୁକ୍ରେନ ସହର ଡୋନେଟସ୍କର କ୍ରମାଟରସ୍କ ସ୍ଥିତ ଏକ ରେଲେଓ୍ବେ ଷ୍ଟେସନ ଉପରେ ରୁଷିଆ ସୈନ୍ୟମାନେ ମିଶାଇଲ ମାଡ କରିଛନ୍ତି। ଏହି ଦୁର୍ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଡୋନେଟସ୍କରେ ଅନେକ ୟୁକ୍ରେନ ନାଗରିକ ଫସିରହିଥିଲେ। ସେମାନଙ୍କୁ ଉଦ୍ଧାର କରିବା ଲାଗି ୟୁକେର ସୈନ୍ୟ ଲଗାତର ଭାବେ ଉଦ୍ୟମ ଚଳାଇଥିଲେ। ବସ୍‌ରୁ ଆରମ୍ଭ କରି ଅନ୍ୟ ସେବା ଦ୍ୱାରା ସେମାନଙ୍କୁ ଉଦ୍ଧାର କରାଯାଉଛି। ତେବେ ଶୁକ୍ରବାର ମଧ୍ୟ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ହଠାତ୍‌ ରୁଷିଆ ସୈନ୍ୟପକ୍ଷରୁ ମିଶାଇଲ୍‌ ମାଡ କରାଯାଇଥିଲା। ଏହି ଆକ୍ରମଣରେ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି। ଲଗାତର ଭାବେ ସାଧାରଣ ନାଗରିକଙ୍କ ମୃତ୍ୟୁ ମାମଲା ବୃଦ୍ଧି ପାଉଥିବା ବେଳେ ଏହାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri