ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ,୪।୨: ରବି ଫସଲ ପାଇଁ ଚଳିତ ବର୍ଷ କେନାଲରେ ପାଣି ଛଡା ଯିବ ନାହିଁ। ଜଳ ସମ୍ପଦର ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ଜିଲାର ଚାଷୀ ବିରୋଧ କରିଛନ୍ତି। ଏ ନେଇ ଏଡିଏମ୍‌ଙ୍କୁ ଗୁରୁବାର ଦାବିପତ୍ର ଦିଆଯାଇଛି। ଅପରପକ୍ଷରେ ଜଳ ପରିଚାଳନା ସମସ୍ୟା ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କ ପାଇଁ ପ୍ରଶ୍ନ ହେଉଛି। ଏ ସମ୍ପର୍କରେ କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡା, କୃଷକ ନେତା ଗୟାଧର ଧଳ କୁହନ୍ତି, ନିର୍ବାଚନ ସମୟ ଆସିଲେ ରାଜନେତାଙ୍କର ଚାଷୀଙ୍କ ସମସ୍ୟାଗୁଡିକ ମନେପଡେ। ନିର୍ବାଚନ ପ୍ରକ୍ରିୟା ଶେଷ ପରେ ସବୁ କିଛି ଭୁଲି ଯାଆନ୍ତ। ଜିଲାର ୩୬,୦୩୮ ହେକ୍ଟର ଉଚ୍ଚ ଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ। ସେହିପରି ୭୦,୩୩୩ ହେକ୍ଟରିରେ ଜଳ ନିଷ୍କାସନ ସମସ୍ୟା ହୋଇଛି। ଚାଷୋପଯୋଗୀ ୭୫,୮୧୮ ହେକ୍ଟର ମଧ୍ୟମ ଜମି ରୁ ୬୫,୦୩୨ ହେକ୍ଟର ଜମି ଜଳସେଚିତ ହେଉଥିବା ଦର୍ଶାଯାଉଥିଲେ ମଧ୍ୟ ବାସ୍ତବିକ ତଥ୍ୟ ଭିନ୍ନ। ଜିଲାର ୯ ବ୍ଲକ ମଧ୍ୟରୁ ଆଳି, ରାଜନଗର ଓ ରାଜକନିକାରେ ଆଦୌ କେନାଲ ନାହିଁ। ପ୍ରତି ବ୍ଲକର ଅତିକମରେ ୩୫ ପ୍ରତିଶତ କ୍ଷେତକୁ ଜଳ ଯୋଗାଣ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିବାର ଦୀର୍ଘଦିନ ବିତିଥିଲେ ମଧ୍ୟ ଏହା ଉପରୋକ୍ତ ବ୍ଲକଗୁଡିକରେ କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଯୁବବର୍ଗ ଚାଷ ଛାଡି କର୍ମନିଯୁକ୍ତି ପାଇଁ ବିଦେଶମୁହଁା ହେଉଛନ୍ତି।
ସୂଚନା ଅଧିକାର କର୍ମୀ ପ୍ରମୋଦ କୁମାର ସ୍ବାଇଁ କହିଛନ୍ତି, ଏ ନେଇ କୃଷି ବିଭାଗ ପକ୍ଷରୁ ଏକ ତଥ୍ୟ ମିଳିଛି। ଏହି ତଥ୍ୟ ଅନୁଯାୟୀ, ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୨୮,୦୭୦ ହେକ୍ଟର ଚାଷ ଜମି ଥିବା ବେଳେ ମାତ୍ର ୬,୮୨୩ ହେକ୍ଟର ଜମିକୁ ଜଳସେଚନର ବ୍ୟବସ୍ଥା ରହିଛି। ଅର୍ଥାତ୍‌ ୨୪.୩୧ ପ୍ରତିଶତ ଜମି ଜଳସେଚିତ। ସେହିପରି ରାଜନଗରର ମୋଟ ୨୫,୮୯୫ ହେକ୍ଟର ଜମିରୁ ମାତ୍ର ୧୯.୧୬ ପ୍ରତିଶତ ଜମି ଜଳସେଚିତ। ସେହିପରି ରାଜକନିକା ବ୍ଲକ ଅଞ୍ଚଳରେ ୩୩.୬୨ ପ୍ରତିଶତ କ୍ଷେତକୁ ଉଠା ଜଳସେଚନ ଓ ଅନ୍ୟାନ୍ୟ ଉତ୍ସ୍ୟରୁ ଜଳ ମିଳୁଛି। ଜିଲାରେ ୧,୧୧୪ଟି ଲିଫ୍ଟ ଇରିଗେଶନ ଓ ୩,୦୬୩ଟି ସୋଲୋ ଟିଉବ୍‌ୱେଲ ମାଧ୍ୟମରେ ମୋଟ ୩୦,୬୮୧ ହେକ୍ଟରକୁ ଜଳସେଚନ ହେଉଥିବା ଏହି ତଥ୍ୟରେ ଉଲ୍ଲେଖ ରହିଛି। ଅନ୍ୟାନ୍ୟ ଉତ୍ସରୁ ମାତ୍ର ୧୦,୬୨୪ ହେକ୍ଟର ଚାଷ ଜମିକୁ ପାଣି ମିଳୁଥିବା ଦର୍ଶାଯାଇଛି। ତେବେ ତୃଣମୂଳରେ ଏହାର ତନଖି କଲେ ଏହି ତଥ୍ୟ ଅବାସ୍ତବ ବୋଲି ସେ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ବାନାମ୍ବର ସାହୁ କହିଛନ୍ତି, ଉଠା ଜଳସେଚନ ବିଭାଗ ପକ୍ଷରୁ ଗଠନ ହୋଇଥିବା ପାଣି ପଞ୍ଚାୟତ ଏବେ ପ୍ରହସନ ପାଲଟିଛି। କେତେକ ପାଣି ପଞ୍ଚାୟତରେ ସଭ୍ୟାସଭ୍ୟଙ୍କ ଅଜାଣତରେ କର୍ମକର୍ତ୍ତାମାନେ ସରକାରୀ ଅନୁଦାନକୁ ଠିକାଦାରି ଆଳରେ ଆତ୍ମସାତ କରୁଛନ୍ତି। ସେହିପରି ଜଳସମ୍ପଦ ବିଭାଗ ପକ୍ଷରୁ ଜଳ ପରିଚାଳନାକୁ ଗୁରୁତ୍ୱ ଦିଆଯାଉନାହିଁ। ଗୋବରୀ, ଜମ୍ବୁ, କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ କେନାଲ ଆଦିରେ ବିଲାତି ଦଳ ଭର୍ତ୍ତି ଯୋଗୁ ଶେଷ ମୁଣ୍ଡରେ ଜଳ ପହଞ୍ଚି ପାରୁନାହିଁ। ପ୍ରତିବର୍ଷ ବନ୍ୟା ସମୟରେ ଉପାନ୍ତ ଅଞ୍ଚଳର ୫୫ ପଞ୍ଚାୟତରେ ଚାଷ ନଷ୍ଟ ହେଉଛି। ଜଳ ନିଷ୍କାସନ ଓ ଜଳସେଚନ ପାଇଁ ଆବଶ୍ୟକ ଜଳର ଅଭାବ ଚାଷୀଙ୍କୁ ଚାଷରୁ ନିବୃତ୍ତ କରୁଛି। ବିଭିନ୍ନ ନଦୀ ଓ ନାଳରେ ବ୍ୟାରେଜ ଓ କ୍ରିକ୍‌ ବନ୍ଧ ଦ୍ୱାରା ମଧୁର ଜଳ ଅଟକାଇ କ୍ଷେତକୁ ଜଳସେଚନ ହୋଇପାରନ୍ତା। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ କେନାଲର ଉନ୍ନତୀକରଣ ସହ କ୍ରିକ୍‌ ବନ୍ଧ ନିର୍ମାଣ କରାଯାଉଛି। ଆଗକୁ ନଦୀରେ ବ୍ୟାରେଜ ଓ ଅଧିକ କ୍ରିକ୍‌ ବନ୍ଧ ନିର୍ମାଣ ଯୋଜନା ରହିଛି। ଏଥିପାଇଁ କେନାଲରେ ଜଳ ଛଡା ଯାଉ ନ ଥିବା ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri