ରାଜଧାନୀରେ ଅସହ୍ୟ ତାତି: ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ରବିବାର ଦିନ ସାଢେ ଦୁଇଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ଆଜି ଦିନ ୨.୩୦ ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ, ସମ୍ବଲପୁରରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୮ ଡିଗ୍ରୀ, ହୀରାକୁଦରେ ୪୦ ଡିଗ୍ରୀ, କେନ୍ଦୁଝରରେ ୪୦ ଡିଗ୍ରୀ, ବାଲେଶ୍ୱରରେ ୩୮ ଡିଗ୍ରୀ, ପୁରୀରେ ୩୨.୪ ଡିଗ୍ରୀ, ପାରାଦୀପରେ ୩୧.୮ ଡିଗ୍ରୀ ଓ ଗୋପାଳପୁରରେ ତାପମାତ୍ରା ୩୧.୨ ଡିଗ୍ରୀ ରେକର୍ଡ କରାଯାଇଛି।

Share