ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍‌ଲାଇନ୍‌ ଅନୁଯାୟୀ ବିପିଏଲ୍‌ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ତଦନୁଯାୟୀ, ୧୯୯୨ ମସିହାରେ ପ୍ରଥମଥର ଓଡ଼ିଶା ସରକାରଙ୍କ ପକ୍ଷରୁ ବିପିଏଲ୍‌ ତାଲିକା ପ୍ରକାଶ ପାଇଥିଲା। ଏହାର ୫ ବର୍ଷ ପରେ ଅର୍ଥାତ୍‌ ୧୯୯୭ରେ ପୁନର୍ବାର ସର୍ଭେ କରାଯାଇଥିଲା। ପ୍ରସ୍ତୁତ ତାଲିକା କାର୍ଯ୍ୟକାରୀ ହେବା ଦିନଠାରୁ ୫ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ରାଜ୍ୟ ପଞ୍ଚାୟତିରାଜ ବିଭାଗ ସମୟସୀମା ନିର୍ଦ୍ଧାରଣ କରିଥିଲା। ଇତିମଧ୍ୟରେ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ନୂତନ ଗାଇଡ୍‌ଲାଇନ୍‌ ଆସି ନ ଥିବାରୁ ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା ଦେଖାଦେଇଛି ବୋଲି ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଦ୍ୱାରା ଜାରି ହୋଇଥିବା ସୂଚନାରୁ ଜଣାପଡିଛି। ଫଳରେ କେନ୍ଦ୍ର ସରକାରଙ୍କ ସମୟକୁ ସମୟ ଘୋଷିତ ସମସ୍ତ ସୁବିଧା କେବଳ ୧୯୯୭ ମସିହାର ବିପିଏଲ୍‌ ହିତାଧିକାରୀମାନେ ପାଉଛନ୍ତି। ଯେପରି ଜାତୀୟ ପରିବାର ମଙ୍ଗଳ ଯୋଜନା, ଇନ୍ଦିରା ଗାନ୍ଧୀ ପେନ୍‌ସନ, ରାଜୀବ ଓ ଦୀନ୍‌ଦୟାଲ ଜ୍ୟୋତି ଯୋଜନାରେ ମାଗଣା ବିଦ୍ୟୁତ୍‌ ଲାଇନ୍‌, ମାଗଣା ଉଜ୍ଜ୍ୱଳା ଗ୍ୟାସ୍‌ ସଂଯୋଗ ଭଳି ସୁବିଧା ଅନ୍ତର୍ଭୁକ୍ତ।
୨୦୧୬ରେ ପ୍ରକାଶିତ ଏସ୍‌ଇସିସି(ସାମାଜିକ ଅର୍ଥନୈତିକ ଜାତିଭିତ୍ତିକ ଗଣନା)ରେ ଥିବା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳ ପାଇପାରୁନାହାନ୍ତି। କାରଣ ଉକ୍ତ ତାଲିକାରେ ଥିବା ଗରିବ ପରିବାରକୁ କେନ୍ଦ୍ର ସରକାର ବିପିଏଲ୍‌ ହିତାଧିକାରୀ ଭାବେ ମାନ୍ୟତା ଦେଇନାହାନ୍ତି ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅନୁଶାସନ ସଚିବ ପତ୍ରସଂଖ୍ୟା ପିଆର-ପିଇ ଆଣ୍ଡ ଏସ୍‌ଡି-ଏସ୍‌ଇସିସି-୦୦୦୬-୨୦୧୭/୭୦୬୯/୧୫ା୪ା୨୧ରେ ଉଲ୍ଲେଖ କରିଛନ୍ତି। ଏହି ଅବସରରେ ୧୯୯୭ ବିପିଏଲ୍‌ ତାଲିକାରେ ଥିବା ହିତାଧିକାରୀମାନେ ବିଜୁ ପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସୁବିଧା ପାଇସାରିଛନ୍ତି। ତେଣୁ ୨୦୧୬ ଏସ୍‌ଇସିସି ତାଲିକାରୁ ମନୋନୟନ କରି ଓଡ଼ିଶା ସରକାରଙ୍କ ସମସ୍ତ ସହାୟତା ଯୋଗାଇ ଦିଆଯାଉଛି ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅନୁଶାସନ ସଚିବ ଏଲ୍‌. ନାୟକ ପତ୍ରସଂଖ୍ୟା ୪୬୪୭/୯ା୩ା୨୧ରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୬ ଏସ୍‌ଇସିସି ତାଲିକାରେ ରାଜ୍ୟର ୮୬,୭୭,୬୧୫ ଗ୍ରାମୀଣ ପରିବାର ବସବାସ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri