୧୬ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୫।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣକମିଛି। ଏହା ୧ ହଜାରରୁ ଅଧିକ ରହିଛି। ଏହା୧,୦୮୦ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମିଛି। ଏହା ୫ ରହିଛି। ଏହି ସମୟରେ ସକ୍ରିୟ ମାମଲା କମି ୧୫ ହଜାର ୨୦୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୮୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୪୮୬ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୫୯ ହଜାର ୪୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୩ ହଜାର ୭୬୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share