Advertisement

ଅଶୁଭ! ଭାଙ୍ଗିଲା ଶ୍ରୀମନ୍ଦିର ଉପରେ ଥିବା ଅକ୍ଷୟ ଦଣ୍ଡ

ପୁରୀ,୧୪।୨: ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ ଭାଙ୍ଗି ଯାଇଛି । jagannath temple ଚୁଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନାକୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ଅପରାହ୍ନରେ ବାନା ପରିବର୍ତ୍ତନ ହୁଏ। ତେବେ ଆଜି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଯିବା ବେଳେ ହଠାତ ଏହି ବାଉଁଶର ଅକ୍ଷୟ ଦଣ୍ଡଟି ଭାଙ୍ଗି ଯିବା ଦେଖିବାକୁ ମିଳିଥିଲା ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share