Categories: ଜାତୀୟ

ଅମିତ ଶାହାଙ୍କ ବଡ଼ ଭଉଣୀଙ୍କ ଦେହାନ୍ତ: ଗସ୍ତ ବାତିଲ କଲେ କେନ୍ଦ୍ରମନ୍ତ୍ରୀ

ମୁମ୍ବାଇ,୧୫।୧: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ଭଉଣୀ ରାଜେଶ୍ୱରୀ ବେନ ଶାହାଙ୍କ ସୋମବାର ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ମାସ ତଳେ ରାଜେଶ୍ୱରୀ ବେନଙ୍କ ଫୁସଫୁସ ପ୍ରତିରୋପଣ କରାଯାଇଥିଲା। ପରେ ସେ ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ବୋଲି ଭାଜପା କାର୍ଯ୍ୟାଳୟର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି।

ଭଉଣୀଙ୍କ ଦେହନ୍ତ ପରେ କେନ୍ଦ୍ରମନ୍ତ୍ରୀ ଶାହା ଗୁଜୁରାଟରେ ଆୟୋଜିତ ହେବାକୁ ଥିବା ଦୁଇଟି କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି।

Share