ଭୁବନେଶ୍ୱର,୭।୧୦(ବ୍ୟୁରୋ)- ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଟାଙ୍କି ବିସ୍ଫୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତୁରନ୍ତ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି। ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି ଆଶା କରୁଛି।
ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି ।
ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀ ମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି।
— Dharmendra Pradhan (@dpradhanbjp) October 7, 2020