‘ରେଙ୍ଗାଲୀ ନଦୀବନ୍ଧ ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ଦିଆଯାଉ’

ଭୁବନେଶ୍ବର, ୪ା୭(ସୁନିତ୍‌ ମିଶ୍ର): ରେଙ୍ଗାଲୀ ନଦୀବନ୍ଧ ଯୋଜନା ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପୂର୍ବରୁ ଘୋଷଣା ହୋଇଥିବା କ୍ଷତିପୂରଣ ରାଶି ଦିଆଯାଉ। ଏହାସହ ସେମାନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖି ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୧୯୮୦ ଦଶକରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲୀ ନଦୀବନ୍ଧ ଯୋଜନା ଓଡ଼ିଶାର ୨ୟ ବୃହତ୍ତମ ନଦୀବନ୍ଧ ଯୋଜନା। ଏହା ଦ୍ୱାରା ଆମର ଜଳସେଚନ ଓ ବିଦ୍ୟୁତ୍‌ ଉତ୍ପାଦନ କ୍ଷମତା ବହୁଗୁଣିତ ହୋଇପାରିଛି। ତେବେ ବିକାଶର ଏ ରୂପ ଆମକୁ ଅନେକ ବିଷାଦ ମଧ୍ୟ ଦେଇଛି। ବାସଚ୍ୟୁତ ଓ ବିସ୍ଥାପିତଙ୍କ ଦୁର୍ଦ୍ଦଶାର ପ୍ରାୟ ୪ ଦଶନ୍ଧିର ବିକଳ ଚିତ୍ର ବର୍ତ୍ତମାନ ମଧ୍ୟ ଆମକୁ ମର୍ମାହତ କରୁଛି। ୧୯୯୭ ମସିହାରେ ଗଠିତ ରେଙ୍ଗାଲୀ ବନ୍ଧ ବାସଚ୍ୟୁତ ସୁରକ୍ଷା ସମିତି ହିଁ ଏ ଦୁରବସ୍ଥାର ସାକ୍ଷୀ। ରେଙ୍ଗାଲୀ ଯୋଜନାରେ ୧୯୭୮ରୁ ୧୯୮୪ ମସିହା ମଧ୍ୟରେ ମୋଟ ୨୩୬ ଗୋଟି ରାଜସ୍ବ ଗ୍ରାମର ପ୍ରାୟ ୧୩ ହଜାର ପରିବାର ବାସହରା ହେଲେ। ଉପଯୁକ୍ତ ଥଇଥାନ ଓ କ୍ଷତିପୂରଣ ଅଭାବରୁ ଏଭଳି ଅନେକ ହଜାର ପରିବାର ହନ୍ତସନ୍ତ ହୋଇଛନ୍ତି। ଗଣଧାରଣା, ଅନଶନ, ପ୍ରତିବାଦ ଓ ବିକ୍ଷୋଭ ଭିତରେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଗତ ସେପ୍ଟେମ୍ବର ୨୦୧୦ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିସ୍ଥାପିତଙ୍କୁ କ୍ଷତିପୂରଣ ବାବଦ ପ୍ରାୟ ୧୫୨ କୋଟି ଟଙ୍କାର ଅନୁକମ୍ପା ରାଶି ଦେବା ଲାଗି ଆକଳନ କରାଯାଇଥିଲା। ପରିତାପର ବିଷୟ, ଏ ଅର୍ଥରାଶି ଏ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କୁ ମିଳିପାରିନାହିଁ। ଏହି ପରିପ୍ରେକ୍ଷୀରେ ନିଜର ଭିଟାମାଟି ହରାଇ ସର୍ବହରା ହୋଇଥିବା ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ ଓ ସେମାନଙ୍କ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ଦାବିକୁ ପୂରଣ କରିବା ପାଇଁ ସରକାର ହସ୍ତକ୍ଷେପ କରନ୍ତୁ। ଓଡ଼ିଶା ସରକାର ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ଆନ୍ତରିକତା ଦେଖାଇବା ସଙ୍ଗେ ସଙ୍ଗେ ଏଥି ନିମନ୍ତେ ସମୟୋଚିତ ପଦକ୍ଷେପ ନେବେ ଏବଂ ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପର ହେବେ ବୋଲି ଧର୍ମେନ୍ଦ୍ର ତାଙ୍କ ଚିଠିରେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri