କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍‌ ଚିହ୍ନଟ; ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୪।୮: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛିି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ୍‌ ହେବାର ଦୁଇ ଦିନ ପରେ ଧର୍ମେନ୍ଦ୍ର ଆକ୍ରାନ୍ତ ଥିବା ନେଇ ସୂଚନା ମିଳିଛି। ଧର୍ମେନ୍ଦ୍ରଙ୍କ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରଠାରୁ ସେ ଆଇସୋଲେଶନରେ ରହି ଆସୁଥିବା ଜଣାପଡ଼ିଛି।

୫୧ ବର୍ଷୀୟ ଧର୍ମେନ୍ଦ୍ର ପ୍ରଧାନ ଭାରତର ଦ୍ୱିତୀୟ କେନ୍ଦ୍ର ମନ୍ତ୍ରୀ ଯିଏକି କୋଭିଡ -୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦିୟୁରପ୍ପା ଏବଂ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦଦ୍ଧରମୟା ଅଛନ୍ତି। ତାମିଲନାଡୁର ରାଜ୍ୟପାଳ ବନୱାରିଲାଲ ପୁରୋହିତ ମଧ୍ୟ ଏହି ରୋଗରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Share