ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀର ଉମରକୋଟ, ଝରିଗାଁ, ଡାବୁଗଁା, ନବରଙ୍ଗପୁରରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଦଳର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ସେ ନିବେଦନ କରିଛନ୍ତି। ନିଜ ଭାଷଣରେ କେନ୍ଦ୍ରମନ୍ତ୍ରୀଙ୍କୁ ଲକ୍ଷ୍ୟକରି ପାଣ୍ଡିଆନ କହିଛନ୍ତି ଯେ ତାଙ୍କର ରାଗ ହେଉଛି ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ମା’ମାନଙ୍କୁ କାହିଁକି ଏତେ ସୁବିଧା ଦେଉଛନ୍ତି। ତେଣୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି ଆଦି କାର୍ଯ୍ୟକ୍ରମ ବନ୍ଦ କରିବାକୁ ସେ ଷଡ଼ଯନ୍ତ୍ର କରୁଛନ୍ତି। ମା’ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ। ମା’ମାନେ ତାଙ୍କୁ ଉଚିତ ଜବାବ ଦେବେ। କେନ୍ଦ୍ରମନ୍ତ୍ରୀ ବଡ଼ ବଡ଼ କଥା କହୁଛନ୍ତି। ୫ ବର୍ଷ ହେଲା ଶିକ୍ଷାମନ୍ତ୍ରୀ ହେଲେଣି, ଏହି ଅଞ୍ଚଳରେ ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିପାରିଲେ ନାହିଁ। ସେ ଚାହିଁଥିଲେ ନବରଙ୍ଗପୁରରେ ୩/୪ କେନ୍ଦ୍ରୀୟ ବିଦ୍ୟାଳୟ କରିପାରିଥାନ୍ତେ। କିନ୍ତୁ ହୋଇପାରିଲା ନାହିଁ। ଓଡ଼ିଶା ସରକାର ୫-ଟିରେ ୮ ହଜାରରୁ ଅଧିକ ହାଇସ୍କୁଲର ରୂପାନ୍ତର କରିଛନ୍ତି।
ମୁଖ୍ୟମନ୍ତ୍ରୀ ଜନଜାତିଙ୍କୁ ବହୁତ ଭଲ ପାଆନ୍ତି, ସମ୍ମାନ କରନ୍ତି, ଜନଜାତି ଭାଷା ସଂସ୍କୃତି ଓ ପୂଜାସ୍ଥଳୀର ଉନ୍ନତି ପାଇଁ କେଉଁ ରାଜ୍ୟ ବି ଚିନ୍ତା କରିନାହିଁ। ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ଜନଜାତି ଭାଇଙ୍କ ସୁବିଧା ପାଇଁ ୫୦ ହଜାର ଛୋଟ ଛୋଟ କେସ୍‌ ରଦ୍ଦ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ ଲାଭ ଯୋଜନା କରିଛନ୍ତି। ଏଥିରେ ସରକାର ଆପଣଙ୍କ ଜିନିଷ ଠିକ୍‌ ଦାମ ଦେଇ କିଣିନେବେ। ଆପଣଙ୍କୁ ଆଉ କେହି ଠକିପାରିବେ ନାହିଁ। ଜନଜାତି ପିଲାଙ୍କ ପାଠ ପଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ହଷ୍ଟେଲ କରିଛନ୍ତି।
ଉମରକୋଟ ବିକାଶର ହିସାବ ଦେଇ ପାଣ୍ଡିଆନ କହିଛନ୍ତି, ଏଠାରେ ୨୧୨ କୋଟି ଟଙ୍କାର କାମ ଚାଲିଛି। ମା’ ପେଣ୍ଡ୍ରାଣୀ ମନ୍ଦିର କାମ ଶେଷ ହୋଇଛି।
ଝରିଗାଁରେ ସେ କହିଛନ୍ତି ଯେ ମୁଁ ଯେତେବେଳ ଆସିଥିଲି, ସେତେବେଳେ ବର୍ଷା ହେଉଥିଲା। ତା’ସତ୍ତ୍ବେ ବି ଆପଣମାନେ ବହୁ ସଂଖ୍ୟାରେ ଆସି ବିକାଶ ପାଇଁ ପ୍ରସ୍ତାବ ଦେଇଥିଲେ। ସତୀଘାଟ, ମାଲଗାଁରେ ଜଳସେଚନ ପାଇଁ ଅନେକ କୋଟି ଟଙ୍କା ମଞ୍ଜୁର ହୋଇଛି। ଝରିଗାଁ ପାଇଁ ଡିଗ୍ରୀ କଲେଜ ମଞ୍ଜୁର ହୋଇଛି। ଚନ୍ଦାହାଣ୍ଡି ଝରିଗଁାକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି।
ଡାବୁଗାଁ ନିର୍ବାଚମଣ୍ଡଳୀ ଉନ୍ନତି ଲାଗି ୭୦ କୋଟି ଖର୍ଚ୍ଚ କରାଯାଇଥିବା ସେ କହିଥିଲେ। ନବରଙ୍ଗପୁର ବିଧାନସଭା ନିର୍ବାଚନମଣ୍ଡଳୀ ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ଷ୍ଟାଡିୟମରେ ଯୋଗଦେଇ ପାଣ୍ଡିଆନ୍‌ କହିଛନ୍ତି, ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି। ବିଜେଡି ମହିଳାଙ୍କୁ ପ୍ରାଥମିକତା ଦେଉଥିବାରୁ ନବରଙ୍ଗପୁର ବିଧାନସଭା ଆସନ କୌଶଲ୍ୟା ପ୍ରଧନୀଙ୍କୁ ଦିଆଯାଇଛି ବୋଲି କହିଥିଲେ। ଯୁକ୍ତ ୩ ମହାବିଦ୍ୟାଳୟ ତେନ୍ତୁଳିଖୁଣ୍ଟି ଓ କୋଷଗୁମୁଡ଼ାରେ ଖୋଲିବ ବୋଲି ସେ କହିଥିଲେ। ପାଣ୍ଡିଆନ୍‌ଙ୍କ ସହ ସମସ୍ତ ପ୍ରଚାର କାର୍ଯ୍ୟକ୍ରମରେ ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri