ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ସାରି ସେ ନିକଟିସ୍ଥ ଡଙ୍ଗରିଗୁଡା ଗ୍ରାମର ଦଳିତ ଗରିବ ପରିବାରର ଗଗନ ମଙ୍ଗରାଜଙ୍କ ଘରେ ଯାଇ ମଧ୍ୟାହ୍ନ ଭୋଜନ କରିଥିଲେ।

ଯାହାକି ଜିଲାରେ ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ତ୍ତମାନ ନିର୍ବାଚନ ଥିବାରୁ ନେତାମାନେ ବିଭିନ୍ନ ଉପାୟ ଆପଣାଇ ଭୋଟରମାନଙ୍କ ନିକଟତର ହେବାକୁ ଚେଷ୍ଟା କରୁଛନ୍ତି।

Share