Categories: ଜାତୀୟ

ଜେଲକୁ ଫେରିଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖିମପୁର ଖେରି, ୨୭ା୧୦: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଗିରଫ ହୋଇଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ  ହସ୍ପିଟାଲରୁ ଜେଲକୁ ଫେରିଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଶିଷଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ଜେଲ ହସ୍ପିଟାଲରେ ତାଙ୍କ ଚିକିତ୍ସା ଜାରି ରହିବ ବୋଲି ଜେଲ ସୁପରିଣ୍ଟେଣ୍ଡେଣ୍ଟ ପି. ପି. ସିଂ କହିଛନ୍ତି।

Share