କଳା, ସଂସ୍କୃତିର ଅପୂର୍ବ ନିଦର୍ଶନ

ବରଗଡ଼ ଅଫିସ,୨୨।୨: ବରଗଡ଼ ବ୍ଲକ ଖଲିଆପାଲିରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ସମାରୋହ ଅବସରରେ ଜଳନ୍ଧର ଦରବାର ଉଦ୍‌ଘାଟିତ ହୋଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଓଡ଼ିଶା ଏଣ୍ଟରପ୍ରାଇଜେସର ମୁଖ୍ୟ ଚନ୍ଦ୍ରଶେଖର ବାଗ, ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟ କଳାକାର ମହାସଂଘ ଅଧ୍ୟକ୍ଷ ଚୈତନ୍ୟ ପାଇକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପ୍ରମୋଦ ଦାଶ ଓ ଏମ୍‌.ଡି ଟଫିଖ ଖାଁ ଭଜନ ପରିବେଷଣ କରିଥିଲେ। ରାଜେଶ ବାରିକଙ୍କ ନିର୍ଦ୍ଦେଶନାରେ ଭାରତୀ କଳା ପରିଷଦ ଓ ନୃତ୍ୟ ନିର୍ଦ୍ଦେଶକ ସୁରଥ କୁଅଁରଙ୍କ ନିର୍ଦ୍ଦେଶନାରେ ଓଡିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ କାର୍ଯ୍ୟକ୍ରମରେ ଯୋଗଦେଇ କଳା, ସାହିତ୍ୟ, ସଂସ୍କୃତି ସହିତ ଭାବଭକ୍ତିର ଅଦ୍ଭୂତପୂର୍ବ ସମନ୍ବୟ ଏଠାରେ ଦେଖିବାକୁ ମିଳିଲା ବୋଲି କହିଥିଲେ। ବରଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା, ବରଗଡ଼ ବିଡ଼ିଓ ଯୁଧିଷ୍ଠିର ମେହେର, ପଶ୍ଚିମ ଓଡିଶା କଳାକାର ମହାସଂଘ ସମ୍ପାଦକ ଗୋପବନ୍ଧୁ ପୁରୋହିତ, ଶ୍ରମିକ ସଂଘ ନେତା ମହେନ୍ଦ୍ର ଦାଶ ପ୍ରମୁଖ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ଅବସରରେ କଳା, ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନିର୍ଦ୍ଦେଶକ ବାସୁଦେବ ପ୍ରଧାନ, ହାସ୍ୟ ବ୍ୟଙ୍ଗ କବି ଦେବେନ୍ଦ୍ର ସାହୁ, ଶିଶିର ପୁରୋହିତ, ମନୋରଞ୍ଜନ ଲୁହା, ଜଟାଧାରୀ ପ୍ରଧାନ, ଯୁବରାଜ ବାବୁ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି କବି ଦେବେନ୍ଦ୍ର ସାହୁଙ୍କ ରଚିତ କବିତା ଧନୁଯାତ୍ରା ଇତିହାସ ଶ୍ରୋତାମାନଙ୍କ ମନକୁ ଛୁଇଁ ପାରିଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲାର ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ କୁମ୍ଭାରୀର ନୃତ୍ୟ ନିର୍ଦ୍ଦେଶକ ବାସୁଦେବ ପ୍ରଧାନଙ୍କ ନିର୍ଦ୍ଦେଶିତ ଦଣ୍ଡନୃତ୍ୟ ପରିବେଷଣ କରାଯାଇଥିଲା। ଖଲିଆପାଲି ଗ୍ରାମବାସୀ ସହଯୋଗ ଏବଂ ରାଜ୍ୟ କଳାକାର ମହାସଂଘ ଅଧ୍ୟକ୍ଷ ପାଇକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri