ସୁଭଦ୍ରା ଯୋଜନାକୁ ନେଇ ପ୍ରଶାସନ ତତ୍ପର, ବାଦ୍‌ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର ଏବଂ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଏହି ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ମହିଳା ମିଶନଶକ୍ତିର ଶତାଧିକ ମହିଳା, ଅଙ୍ଗନଓ୍ବାଡି କର୍ମୀ, ବିଭିନ୍ନ ପଞ୍ଚାୟତର ଲୋକ ପ୍ରତିନିଧି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରାଟି ମହିଳା ଓ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ପରିସର ମଧ୍ୟରୁ ବାହାରି ଚାରି ଛକ ଦେଇ ତିନିଛକ ଦେଇ ବ୍ଲକ ଅଫିସରେ ପହଞ୍ଚିଲା। ସେଠାରେ ଏହି ଯୋଜନାକୁ ନେଇ ବ୍ୟାପକ ସଚେତନ କରାଯାଇଥିଲା। ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡିକରେ ମଧ୍ୟ ଏହି ଯୋଜନାକୁ ନେଇ ୨୧ ବର୍ଷଠାରୁ ୬୦ ବର୍ଷ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛ। ତେବେ ଏହି ଯୋଜନାରେ କିଭଳି ସମସ୍ତ ହିତାଧିକାରୀ ସଫକତାର ସହ ନିଜ ନାମ ପଞ୍ଜୀକୃତ କରିବେ ତାକୁ ନେଇ ରାଜ୍ୟ ସରକାର ସମସ୍ତ ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri