ଧରିତ୍ରୀ ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଅକାଳ ବିୟୋଗ

ସୁନ୍ଦରଗଡ,୧।୬(ଜୟ ନାରାୟଣ ମେଣ୍ଡୁଳି): ଧରିତ୍ରୀର ରାଉରକେଲା ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଶନିବାର ଭୋରରେ ଅକାଳ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା। ସେ ରାଉରକେଲା ଧରିତ୍ରୀ ଅଫିସରେ ଫଟୋ ଖବରଦାତା ଭାବେ କାର୍ଯ୍ୟରତ ଥିଲେ। ଗତ କିଛମାସ ହେବ ସେ ଲିଭର୍‌(ଯକୃତ) ଜନିତ ସମସ୍ୟା ଯୋଗୁ ଚିକିତ୍ସିତ ହେଉଥିଲେ। କଟକରୁ ଗତମାସରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ହେଲେ ହଠାତ ତାଙ୍କ ମୃତ୍ୟୁ ଖବର ପାଇ ବହୁ ଖବରଦାତା, ଫଟୋଗ୍ରାଫର ଓ ବନ୍ଧୁ ପରିଜନ ତାଙ୍କ ରାଉରକେଲା ଫର୍ଟିଲାଇଜର ଇନ୍ଦିରା ପାଲି ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ। ଧରିତ୍ରୀର ଜଣେ ଫଟୋ ଖବରଦାତା ଭାବେ ନିଷ୍ଠାପର ଭାବେ କାର୍ଯ୍ୟ କରି ସେ ସବୁରି ମହଲରେ ପ୍ରିୟଭାଜନ ହୋଇପାରିଥିଲେ। ବିବେକଙ୍କ ମୃତ୍ୟୁ ପରେ ତାଙ୍କ ମା’ବାପା ଓ ଏକ ମାତ୍ର ଭାଇ ଦୁଖରେ ଭାଙ୍ଗି ପଡିଛନ୍ତି। ତେବେ ତାଙ୍କ ମୃତ୍ୟୁକୁ ଧରିତ୍ରୀ ପରିବାର ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image