ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’। ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

Share