Categories: ଜାତୀୟ

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ ଜିଲାରେ ନିର୍ମାଣ କାର୍ଯ୍ୟ ସାରି ୧୩ ଜଣ ଶ୍ରମିକ ଟ୍ରାକ୍ଟର ଟ୍ରଲିରେ ଘରକୁ ଫେରୁଥିବାବେଳେ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା।

ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଥିବା ବେଳେ ହସ୍ପିଟାଲ ନେବା ବାଟରେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

Share