ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ୧୦ ଜିଲାର ୫୭ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ । ମତଦାନ କେନ୍ଦ୍ର ବାହାରେ ଭୋଟରଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ଏହି ପର୍ଯ୍ୟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ କେତେଜଣ ହେଭିୱେଟ ନେତାଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି । ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଗୋରଖପୁର ଆସନ ଲାଗି ସେ ଗୋରଖନାଥ କନ୍ୟା ନଗରରେ ଥିବା ଏକ ପ୍ରାଇମେରୀ ସ୍କୁଲରେ ମତଦାନ କରିଛନ୍ତି ।

Share