ପାକିସ୍ତାନ ବିରୋଧି ମନ୍ତବ୍ୟ ଦେଇ ଏହାକୁ ସଂଶୋଧନ କଲା ଆମେରିକା…

ଓ୍ବାଶିଂଟନ,୧୮।୧୦ : ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିବୃତ୍ତି ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପରମାଣୁ ଅସ୍ତ୍ରଶସ୍ତ୍ର ସହିତ ପାକିସ୍ତାନକୁ ସବୁଠାରୁ ବିପଜ୍ଜନକ ଦେଶ ବୋଲି ବାଇଡେନ କହିଥିଲେ। ଏହି ବିବୃତ୍ତି ପରେ ଅଭିନେତା ଠାରୁ ଆରମ୍ଭ କରି ଖବରଦାତା ତଥା କୂଟନୀତିଜ୍ଞ ପର୍ଯ୍ୟନ୍ତ ଏବଂ ପାକିସ୍ତାନର ନେତାମାନେ ଗୋଟିଏ ପରେ ଗୋଟିଏ ଆମେରିକାକୁ ଘେରିବାକୁ ଲାଗିଲେ। ଆମେରିକାର ରାଷ୍ଟ୍ରଦୂତଙ୍କୁ ଡକାଇ ପାକିସ୍ତାନ ସରକାର ଏସମ୍ପର୍କରେ ଆପତ୍ତି ଉଠାଇ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିବୃତ୍ତି ନେଇ ଜବାବ ତଲବ କରିଥିଲେ।

ବର୍ତ୍ତମାନ ଆମେରିକାର ମୁଖପାତ୍ର ଏହି ପ୍ରସଙ୍ଗରେ ସ୍ପଷ୍ଟୀକରଣ ଦେଇଛନ୍ତି। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ବେଦାନ୍ତ ପଟେଲ ଏ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଆମେରିକା ପାକିସ୍ତାନର ପ୍ରତିବଦ୍ଧତା ଏବଂ ଆଣବିକ ଅସ୍ତ୍ରଶସ୍ତ୍ରକୁ ସୁରକ୍ଷିତ ରଖିବା କ୍ଷମତା ଉପରେ ବିଶ୍ୱାସ ରଖିଛି। ନିଜର ସ୍ବାର୍ଥ ପାଇଁ ଆମେରିକା ସର୍ବଦା ଏକ ସୁରକ୍ଷିତ ଏବଂ ସମୃଦ୍ଧ ଦେଶ ଭାବେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରିଛି। ପାକିସ୍ତାନ ସହ ଦୀର୍ଘ ଦିନର ସହଯୋଗକୁ ମଧ୍ୟ ଆମେରିକା ଗୁରୁତ୍ୱ ଦେଇଥାଏ।
ଏପରି ମନ୍ତବ୍ୟ ଜାରି କରି ଆମେରିକା ପାକିସ୍ତାନ ସହିତ ସମ୍ପର୍କରେ ସ୍ଥିରତା ଆଣିବାକୁ ଉଦ୍ୟମ କରିବା ସହିତ ଏସିଆର ବିଭିନ୍ନ ଦେଶଙ୍କ ସହିତ ବନ୍ଧୁତାପୂର୍ଣ୍ଣ ସ୍ଥିତି ସୃଷ୍ଟି କରିବାକୁ ଚାହୁଁଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri