ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ନେଇ ଆମେରିକା ପ୍ରତିରକ୍ଷା ମନ୍ତ୍ରୀଙ୍କ ଉଦ୍‌ବେଗ

ଓ୍ବାଶିଂଟନ,୪ା୧୦: ପାକିସ୍ତାନରେ ଆତଙ୍କବାଦୀ ହମ୍‌ଲା ବନ୍ଦ ହେବାର ନାଁ ନେଉନି। ବାରମ୍ବାର ଏହି ଘଟଣା ବୃଦ୍ଧି ପାଇଚାଲିଛି। ପାକିସ୍ତାନ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ କଣ୍ଟ୍ରୋଲ ଆଣ୍ଡ୍‌ ସିକ୍ୟୁରିଟି ଷ୍ଟଡିଜ (ପିଆଇସିଏସ୍‌ଏସ୍‌)ର ଏକ ରିପୋର୍ଟରେ କୁହାଯାଇଛି, ଅଗଷ୍ଟ ମାସରେ ଦେଶରେ ଆତଙ୍କବାଦୀ ଆକ୍ରମଣରେ ତୀବ୍ର ବୃଦ୍ଧି ଘଟିଛି। ଏହି ପରିପ୍ରେକ୍ଷୀରେ ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କ ସହ କଥା ହୋଇଛନ୍ତି।

ଓ୍ବାଶିଂଟନରେ ଏହି ବିଷୟରେ ସୂଚନା ଦେଇ ଆମେରିକାର ପ୍ରତିରକ୍ଷା ବିଭାଗ କହିଛି, ଅକ୍ଟୋବର ୩ (ମଙ୍ଗଳବାର) ପ୍ରତିରକ୍ଷା ସଚିବ ଅଷ୍ଟିନ ପାକିସ୍ତାନର ମୁଖ୍ୟ ସେନା କର୍ମଚାରୀ (ସିଓଏଏସ୍‌) ଜେନେରାଲ ମୁନିରଙ୍କ ସହ ଫୋନରେ କଥା ହୋଇଥିଲେ। ଯେଉଁଠାରେ ପେଣ୍ଟାଗନ ପ୍ରେସ ସେକ୍ରେଟାରୀ ଜେନେରାଲ ପାଟ୍ରିକ ରାଇଡର୍‌ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପକୁ ନିଶ୍ଚିତ କରି କହିଛନ୍ତି ଯେ, ଏହା ମଧ୍ୟରେ ସେମାନେ ପାରସ୍ପରିକ ଆଗ୍ରହ ଏବଂ ସାମ୍ପ୍ରତିକ ଆଞ୍ଚଳିକ ବିକାଶ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ...

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri