ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଆମେରିକା ରାଷ୍ଟ୍ରପତି: କହିଦେଲେ ଏମିତି କଥା..

ଓ୍ବାଶିଂଟନ୍‌,୨୭।୮: ଆମେରିକା ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁକ୍ରେନ ଗସ୍ତକୁ ଉପଭୋଗ କରୁଛନ୍ତି। ୭ ଘଣ୍ଟା ୟୁକ୍ରେନ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ କହିଥିଲେ, ଯୁଦ୍ଧକୁ ଶେଷ କରିବା ପାଇଁ ୟୁକ୍ରେନ ଏବଂ ରୁଷିଆ ଏକାଠି ବସିବା ଉଚିତ। ଶାନ୍ତି ଫେରାଇ ଆଣିବାରେ ଭାରତ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ।
ଏ ସମ୍ପର୍କରେ ବାଇଡେନ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତାଙ୍କର ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତ ବିଷୟରେ ଆଲୋଚନା କରିବା ପାଇଁ କହିଥିଲି। ୟୁକ୍ରେନ ପାଇଁ ଶାନ୍ତି ଏବଂ ମାନବିକ ସହାୟତା ପାଇଁ ତାଙ୍କୁ ପ୍ରଶଂସା କରିଥିଲି। ଭାରତ-ପ୍ରଶାନ୍ତ ମହାସାଗରରେ ଶାନ୍ତି ଏବଂ ସମୃଦ୍ଧତା ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ଆମେ ଦୋହରାଇଛୁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ, ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶରେ ସାମ୍ପ୍ରତିକ ବିକାଶ ପରେ ଏହା ଦୁଇ ନେତାଙ୍କ ମଧ୍ୟରେ ପ୍ରଥମ ବାର୍ତ୍ତାଳାପ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ‘ଏକ୍ସ’ ରେ ଲେଖିଛନ୍ତି, ଆଜି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଫୋନରେ କଥା ହୋଇଥିଲେ। ଆମେ ୟୁକ୍ରେନର ପରିସ୍ଥିତିକୁ ଅନ୍ତର୍ଭୁକ୍ତ କରି ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ। ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ପାଇଁ ମୁଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଦୋହରାଇଛି। ଆମେ ବାଂଲାଦେଶର ପରିସ୍ଥିତି ବିଷୟରେ ମଧ୍ୟ ଆଲୋଚନା କରିଛୁ। ସେଠାରେ ସ୍ବାଭାବିକତା ଫେରାଇ ଆଣିବା ଏବଂ ବାଂଲାଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ବିଶେଷ ଭାବରେ ହିନ୍ଦୁମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଉପରେ ଆମେ ଗୁରୁତ୍ୱାରୋପ କରିଛୁ।

କୌତୂହଳର ବିଷୟ ହେଉଛି, ସୋମବାର ମୋଦି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଙ୍କ ସହିତ ଫୋନରେ କଥା ହୋଇଥିଲେ। ଏହି ସମୟରେ ‘କ୍ୱାଡ’ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବାଇଡେନ ଏବଂ ଆଲବାନିଙ୍କ ସହ ତାଙ୍କର ଫୋନ ବାର୍ତ୍ତାଳାପ ଏପରି ଏକ ସମୟରେ ଆସିଛି। ଆସନ୍ତା ମାସରେ ନ୍ୟୁୟର୍କରେ ମିଳିତ ଜାତିସଂଘ ଶିଖର ସମ୍ମିଳନୀରେ ଚଳିତ ବର୍ଷର ‘କ୍ୱାଡ’ ଶିଖର ସମ୍ମିଳନୀ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ବଡ଼ ପ୍ଲାନିଂ କରି ହେଜ୍‌ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍‌ କମ୍ପାନୀ

ଜେରୁଜେଲମ୍‌,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍...

ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ

ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri