ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ବଢିଲା ସମସ୍ୟା: ପୁଅ ହଣ୍ଟର୍‌ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ୍‌,୧୫।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଅଡୁଆ ବଢିବାରେ ଲାଗିଛି। ଫେଡେରାଲ ଫାୟାରଆର୍ମସ ଅଭିଯୋଗରେ ରାଷ୍ଟ୍ରପତିଙ୍କ ପୁଅ ହଣ୍ଟର୍‌ ବାଇଡେନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ହଣ୍ଟର୍‌ଙ୍କ ବିରୋଧରେ ଅନୁସନ୍ଧାନ ଦୀର୍ଘ ଦିନ ଧରି ଚାଲିଆସୁଛି। ଏହାପୂର୍ବରୁ ଆମେରିକା ସଂସଦର ବାଚସ୍ପତି କେଭିନ ମ୍ୟାକକାରି ରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ଯାଞ୍ଚ୍‌ ଘୋଷଣା କରିଥିଲେ।
ଡେଲାୱେରର ଫେଡେରାଲ କୋର୍ଟରେ ଦାଖଲ କରାଯାଇଥିବା ଅଭିଯୋଗ ଅନୁଯାୟୀ ହଣ୍ଟର୍‌ ୨୦୧୮ରେ ବନ୍ଧୁକ କିଣିବା ସମୟରେ ଡ୍ରଗ୍ସ ବ୍ୟବହାର ବିଷୟରେ ମିଥ୍ୟା ଅଭିଯୋଗ କରିଛନ୍ତି। ଏହି ସମୟ ମଧ୍ୟରେ ସେ କ୍ରାକ କୋକେନ ନିଶା ସହିତ ଜଡିତ ଥିବା ସ୍ବୀକାର କରିଥିଲେ। ଡ୍ରଗ ବ୍ୟବହାରକାରୀ ଭାବରେ ବେଆଇନ ଭାବେ ବନ୍ଧୁକ କିଣିଥିବା ଅଭିଯୋଗ ହୋଇଛି। ହଣ୍ଟର୍‌ ପ୍ରତ୍ୟେକ ଥର ବନ୍ଧୁକ କିଣିବା ସମୟରେ ମିଛ କହିଥିଲେ।
ସୂଚନାଯୋଗ୍ୟ, ଆମେରିକା ସଂସଦର ବାଚସ୍ପତି କେଭିନ ମ୍ୟାକକାରି ରାଷ୍ଟ୍ରପତି ବାଇଡେନଙ୍କ ବିରୋଧରେ ମହାଭିଯୋଗ ତଦନ୍ତ ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି। ବାଇଡେନଙ୍କ ପରିବାରର ବ୍ୟବସାୟିକ କାରବାରର ତଦନ୍ତ ଆରମ୍ଭ କରିବାକୁ ମ୍ୟାକକାରି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ...

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri