Posted inଖେଳ

ବିଶ୍ୱକପ କ୍ୱାଲିଫାୟର ମ୍ୟାଚ ମଧ୍ୟରେ ଏହି ଦ୍ରୁତ ବୋଲରଙ୍କ ଉପରେ ବ୍ୟାନ ଲଗାଇଲା ଆଇସିସି

ଜିମ୍ବାୱେ,୨୩।୬: ଜିମ୍ବାୱେରେ ଚାଲିଥିବା ଆଇସିସି ଦିନିକିଆ ବିଶ୍ୱ କ୍ୱାଲିଫାୟର ମ୍ୟାଚ ମଧ୍ୟରେ ଆଇସିସି ଆମେରିକୀୟ ଖେଳାଳି କାଇଲ ଫିଲିପଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨୬ ବର୍ଷୀୟ ଦ୍ରୁତ ବୋଲର କାଇଲଙ୍କୁ ତାଙ୍କ ବୋଲିଂ କାର୍ଯ୍ୟ ବେଆଇନ ବୋଲି ଜଣାପଡିବା ପରେ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବା ଉପରେ ବ୍ୟାନଲଗାଯାଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ୯.୫ ଓଭରରେ ୫୬ ରନ ଦେଇଥିବା ବେଳେ କାଇଲ ୩ ଉଇକେଟ୍‌ ନେଇଥିଲେ।

କାଇଲ ଦିଲ୍ଲୀପ ତ୍ରିନିଦାଦରେ ଜନ୍ମଗ୍ରହଣ କରିଥିଲେ। ଏହା ପରେ ସେ ଆମେରିକା ଯାଇ ସେଠାରୁ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ କାଇଲ କାଇଲ ମାୟର୍ସ, ଜେସନ ହୋଲ୍ଡର ଏବଂ ଅଲଜାରୀ ଜୋସେଫଙ୍କ ଉଇକେଟ୍‌ ନେଇଥିଲେ। ଏହି ମ୍ୟାଚ ପରେ ଆଇସିସି ଇଭେଣ୍ଟ ପ୍ୟାନେଲରେ କାଇଲଙ୍କ ସନ୍ଦେହଜନକ ବୋଲିଂ କାର୍ଯ୍ୟ ସମ୍ପର୍କରେ ମ୍ୟାଚ ଅଧିକାରୀମାନେ ଅଭିଯୋଗ କରିଛନ୍ତି।

ଆଇସିସି ଇଭେଣ୍ଟ ପ୍ୟାନେଲ କାଇଲ ଫିଲିପଙ୍କ ବୋଲିଂ କାର୍ଯ୍ୟକୁ ଯାଞ୍ଚ କରିବା ପରେ ବେଆଇନ ବୋଲି ଜଣାପଡିଛି। ଏହା ପରେ ଆଇସିସି ଧାରା ୬.୭ ନିୟମ ଅନୁଯାୟୀ ତୁରନ୍ତ ପ୍ରଭାବରେ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବାକୁ ରୋକ ଲଗାଯାଇଛି। ବର୍ତ୍ତମାନ କାଇଲଙ୍କୁ ତାଙ୍କ କାର୍ଯ୍ୟରେ ଉନ୍ନତି ଆଣିବାକୁ ପଡିବ। ଏହା ପରେ, ଆଇସିସି ତାଙ୍କ କାର୍ଯ୍ୟର ଯାଞ୍ଚ କରି ସଠିକ୍‌ ପାଇଲେ କାଇଲଙ୍କୁ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବାକୁ ଅନୁମତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri