Posted inଖେଳ

ପଦକ ତାଲିକାରେ ଆମେରିକା ପ୍ରଥମ

ପ୍ୟାରିସ୍‌,୧୨ା୮: ପ୍ୟାରିସ୍‌ ଅଲିମ୍ପିକ୍ସ ଶେଷ ହୋଇଥିବା ବେଳେ ଆମେରିକା ପଦକ ତାଲିକାର ପ୍ରଥମ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ଆରମ୍ଭରୁ ଚାଇନା ପଦକ ତାଲିକାରେ ଅଧିକ ସ୍ବର୍ଣ୍ଣ ପଦକ ସହ ପ୍ରଥମ ସ୍ଥାନରେ ରହିଥିଲା। ତେବେ ଟୁର୍ନାମେଣ୍ଟର ଅନ୍ତିମ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ସହ ଆମେରିକା ପ୍ରଥମ ସ୍ଥାନ ଅକ୍ତିଆର କରିଥିଲା। ଆମେରିକା ୪୦ ସ୍ବର୍ଣ୍ଣ, ୪୪ ରୌପ୍ୟ ଓ ୪୨ ବ୍ରୋଞ୍ଜ ସହ ମୋଟ ୧୨୬ ପଦକ ହାସଲ କରିଥିଲା। ଅନ୍ୟ ପକ୍ଷରେ ଚାଇନା ୪୦ ସ୍ବର୍ଣ୍ଣ, ୨୭ ରୌପ୍ୟ ଓ ୨୪ ବ୍ରୋଞ୍ଜ ପଦକ ସହ ମୋଟ ୯୧ ପଦକ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି। ଜାପାନ ୪୫ ପଦକ(୨୦ ସ୍ବର୍ଣ୍ଣ, ୧୨ ରୌପ୍ୟ ଓ ୧୩ ବ୍ରୋଞ୍ଜ) ସହ ତୃତୀୟ ସ୍ଥାନରେ ରହିଥିଲା। ଅନ୍ୟ ପକ୍ଷରେ ଆୟୋଜକ ଫ୍ରାନ୍ସ ୧୬ ସ୍ବର୍ଣ୍ଣ, ୨୬ ରୌପ୍ୟ, ୨୨ ବ୍ରୋଞ୍ଜ ସହ ମୋଟ ୬୪ ପଦକ ହାସଲ କରିଛି।

ଚାଇନାକୁ ୩୦୦ ତମ ପଦକ
ଚାଇନା ଏହାର ଅଲିମ୍ପିକ୍ସ ଇତିହାସର ୩୦୦ତମ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି। ରବିବାର ମହିଳା ଟେବୁଲ ଟେନିସ୍‌ ଇଭେଣ୍ଟ ଫାଇନାଲରେ ଜାପାନକୁ ୩-୦ରେ ହରାଇବା ସହ ଚାଇନା ଏହି ସଫଳତା ହାସଲ କରିଛି। ମହିଳା ଟିଟି ଟିମ୍‌ ଇଭେଣ୍ଟରେ ଏହା ଚାଇନାର ପଞ୍ଚମ ଅଲିମ୍ପିକ୍ସ ପଦକ। ଶେଷ ଥର ପାଇଁ ଚାଇନା ୨୦୦୮ ବେଜିଂ ଅଲିମ୍ପିକ୍ସରେ ମହିଳା ଟିଟି ଇଭେଣ୍ଟରେ ସ୍ବର୍ଣ୍ଣ ଜିତିଥିଲା। ସ୍ବର୍ଣ୍ଣ ପଦକ ପାଇଁ ଚାଇନାର ସମସ୍ତ ଖେଳାଳି ବଦ୍ଧପରିକର ଥିଲେ ବୋଲି କହିଛନ୍ତି ୧ ନମ୍ବର ମାନ୍ୟତାପ୍ରାପ୍ତ ଖେଳାଳି ସୁନ୍‌ ୟିଙ୍ଗଶା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri