ଉପଭୋକ୍ତାଙ୍କ ସୁରକ୍ଷାକୁ ଟିପିସିଓଡିଏଲ୍‌ର ପ୍ରାଥମିକତା

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ସବୁବେଳେ ଉପଭୋକ୍ତାଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଆସିଛି। ଏପରିକି ନିକଟରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ମୋବାଇଲ ଫୋନ୍‌କୁ ଅନଧିକୃତ ମେସେଜ୍‌ ଆସୁଛି,ଯେଉଁଥିରେ ପେମେଣ୍ଟ ନ କଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଦେବାର ଧମକ ମଧ୍ୟ ଦିଆଯାଉଛି। ସେହିଭଳି ଅଣ-ଅନୁମୋଦିତ ମୋବାଇଲ ନମ୍ବର ଏବଂ ଆଇଡି ବ୍ୟବହାରକରି ଅନଧିକୃତ ବ୍ୟକ୍ତି ଏହି ମେସେଜ୍‌ ପଠାଉଛନ୍ତି। ଏପରିକି ବିଲ୍‌ ପେମେଣ୍ଟ ଏବଂ ସେବା ସକ୍ରିୟ କରିବା ସମ୍ପର୍କରେ ଅଜଣା ନମ୍ବରରୁ ଆସିଥିବା ଲିଙ୍କ୍‌ ଉପରେ କ୍ଲିକ୍‌ ନ କରିବାକୁ କିମ୍ବା ଏସ୍‌ଏମ୍‌ଏସ୍‌ ଓ ହ୍ବାଟ୍ସଆପ୍‌ ମେସେଜ୍‌ରେ ଯୋଗାଯୋଗ ନ କରିବାକୁ ଟିପିସିଓଡିଏଲ୍‌ ପକ୍ଷରୁ ଉପଭୋକ୍ତାଙ୍କୁ ପରାମର୍ଶ ଦିଆଯାଇଛି।ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଉପଭୋକ୍ତାଙ୍କ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ହୋଇଥିଲାବେଳେ ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ, ସତର୍କତା ଅବଲମ୍ବନ କରିବା ସହିତ କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ବିଷୟରେ ଜାଣିବାକୁ ପାଇଲେ ତୁରନ୍ତ ସୂଚନା ଦିଅନ୍ତୁ। ଆମେ ମିଳିମିଶି ଏହି ଠକେଇ କାର୍ଯ୍ୟକଳାପ ବିରୋଧରେ ଲଢ଼ିପାରିବା ଏବଂ ଆମର ସମସ୍ତ ଉପଭୋକ୍ତାଙ୍କ ପାଇଁ ଏକ ସୁରକ୍ଷିତ ଅନୁଭୂତି ସୁନିଶ୍ଚିତ କରିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri