ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଓଡ଼ିଶା ସମେତ ଭୁବନେଶ୍ୱର ସହରରେ ପ୍ରମୁଖ ସମସ୍ୟା ସୃଷ୍ଟି କରୁଥିବା ଓ ସ୍ବାସ୍ଥ୍ୟସେବାର ଜଟିଳ ସମସ୍ୟାର ମୁକାବିଲା ପାଇଁ ଉଭୟ ସଂସ୍ଥା ମଧ୍ୟରେ ଏହି ରଣନୈତିକ ଭାଗୀଦାରି ସମ୍ପର୍କରେ ଘୋଷଣା କରାଯାଇଛି।
ଏହି ପରିପ୍ରେକ୍ଷୀରେ ରେଡ୍‌ ଡଟ୍‌ ହେଲ୍‌ଥ ପକ୍ଷରୁ ଉତ୍କଳ ହସ୍ପିଟାଲଠାରେ ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ସଜ୍ଜିତ ଆଡଭାନ୍ସ ଲାଇଫ ସପୋର୍ଟ (ଏଏଲ୍‌ଏସ୍‌) ଆମ୍ବୁଲାନ୍ସକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ସହ ହସ୍ପିଟାଲର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ କରାଯିବ ବୋଲି କୁହାଯାଇଛି।
ଏ ସମ୍ପର୍କରେ ରେଡ୍‌ ଡଟ୍‌ ହେଲ୍‌ଥର ପ୍ରତିଷ୍ଠାତା ତଥା ସିଇଓ ପ୍ରଭଦୀପ ସିଂହ କହିଥିଲେ, ଆମେ ଉତ୍କଳ ହସ୍ପିଟାଲ ସହ ଜଡ଼ିତ ହୋଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସଙ୍କଟ ସମୟରେ ପ୍ରତ୍ୟେକ ସେକେଣ୍ଡ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେହିଭଳି ଉକତ୍ଳ ହସ୍ପିଟାଲର ସିଏଫ୍‌ଓ ତଥା ୟୁନିଟ୍‌ ମୁଖ୍ୟ ଅରୁଣ ଖିଲାର ରେଡ୍‌ ଡଟ୍‌ ହେଲ୍‌ଥକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏପରିକି ଏହି ଭାଗୀଦାରି ଆମର ଜରୁରିକାଳୀନ ସେବାକୁ ବୃଦ୍ଧି କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହେବ,ଯାହା ଆମକୁ ଅଭାବୀ ଲୋକଙ୍କୁ ଠିକ୍‌ ସମୟରେ ଏବଂ ଜୀବନ ରକ୍ଷାକାରୀ ସେବା ଯୋଗାଇବାରେ ସକ୍ଷମ କରିବ। ସେହିପରି ଉକତ୍ଳ ହସ୍ପିଟାଲର ସିଓଓ ମାନବ କହିଛନ୍ତି, ରେଡ୍‌ ଡଟ୍‌ ହେଲ୍‌ଥ ସହ ଆମର ଭାଗୀଦାରି ନୂଆ ସମ୍ଭାବନା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri