Categories: ଜାତୀୟ

କଲ୍ୟାଣ ସିଂଙ୍କୁ ଶ୍ରଦ୍ଧାଞ୍ଜଳି

ଲକ୍ଷ୍ନୌ,୨୨ ।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ଶନିବାର ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏସ୍‌ଜିପିଜିଆଇ)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଜୁଲାଇ ୪ରୁ ହସ୍ପିଟାଲରେ ଭର୍ତ୍ତିଥିଲେ ଶ୍ରୀ ସିଂ । ୮୯ ବର୍ଷ ବୟସରେ ସେପସିସ ଓ ମଲ୍ଟି ଅର୍ଗାନ ଫେଲିଓର୍ସ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି । ତାଙ୍କର ଅନ୍ତିମ ଦର୍ଶନ ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ଭାଜପା ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂ ପ୍ରମୁଖ ଲକ୍ଷ୍ନୌ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ରବିବାର ପୈତୃକ ଜିଲା ଆଲିଗଡ଼ରେ କଲ୍ୟାଣ ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ।

Share