Categories: ଜାତୀୟ

ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୨।୨: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଶନିବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ ୩୯ କିଲୋମିଟର ଦୂରରେ ରହିଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର ସକାଳ ପ୍ରାୟ ୫ଟା ୩ ମିନିଟ୍‌ରେ ଉତ୍ତରାଖଣ୍ଡର ଉତ୍ତରକାଶୀରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଭୂକମ୍ପ ଝଟ୍‌କା ଯୋଗୁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ହେଲେ ଏପର୍ଯ୍ୟନ୍ତ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ।

Share