ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର ସମୟରେ କୁଚିଣ୍ଡାର ବହମୁଖି ବିକାଶ ହୋଇଥିବା କହିଥିଲେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ତଥା ବିଧାୟକ ପ୍ରାର୍ଥୀ ରବିନାରାୟଣ ନାଏକ ରବିବାର ଏକ ଖବରଦାତା ସମ୍ମିଳନୀ କରି ଏହାର କାଉଣ୍ଟର ଆଟାକ କରିଛନ୍ତି। ସେ କହିଛନ୍ତି, ଦୀର୍ଘ ୨୪ବର୍ଷର ଶାସନରେ ବିଜେଡି କୁଚିଣ୍ଡାର ବିକାଶରେ ବାଧକ ସାଜିଛି। ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତାଘାଟ ସହ ମହିଳା ଓ ଆଦିବାସୀଙ୍କ ପାଇଁ ବିଜେଡି କଣ କରିଛି ବୋଲି ସେ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ କାଳରେ ଭାଜପା ୨୨ଗୋଟି ଦାବି ରଖିଥିବାବେଳେ ଏହାର କାର୍ଯ୍ୟକାରିତାରେ ସରକାର ବିଫଳ ହୋଇଛନ୍ତି। ୨୦୧୪ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ କୁଚିଣ୍ଡା ଗସ୍ତରେ ଆସି ଭେଡେନ ନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଦୀର୍ଘବର୍ଷ ପରେ ବି ଏହାର କାମ ଆରମ୍ଭ ନ ହେବା ଦୁର୍ଭାଗ୍ୟର ବିଷୟ। ମହିଳାଙ୍କ ବିକାଶ କଥା କହୁଥିବା ରାଜ୍ୟ ସରକାର କୁଚିଣ୍ଡାରେ ଏ ପର୍ଯ୍ୟନ୍ତ ମହିଳାଙ୍କ ପାଇଁ କୌଣସି ବୈଷୟିକ ତାଲିମ କେନ୍ଦ୍ରଟିଏ ମଧ୍ୟ ଖୋଲି ନାହାନ୍ତି। କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରୁ ନ ଥିବା ବେଳେ ସଂଗଠନ ସମ୍ପାଦକ କୁଚିଣ୍ଡା ବିକାଶ କଥା କହିବା ହାସ୍ୟାସ୍ପଦ ଏବଂ ଏହା ଲୋକଙ୍କୁ ଭୁଆଁ ବୁଲାଇବା ଛଡା କିଛି ନୁହେଁ ବୋଲି ସେ କହିଛନ୍ତି। ଜାତୀୟ ରାଜପଥ ୫୫ ଉପରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ନାଏକ କହିଛନ୍ତି ଯେ,ଏଥିପାଇଁ ଜମି ଅଧିଗ୍ରହଣ ମୁଖ୍ୟ ପ୍ରତିବନ୍ଧକ ସାଜିଛି। ରାଜ୍ୟ ସରକାର ଜାଣିଶୁଣି କେନ୍ଦ୍ର ସରକାରଙ୍କୁ ବଦନାମ କରିବା ଉଦ୍ଦେଶ୍ୟ ରଖି ଜମି ଅଧିଗ୍ରହଣ ଉପରେ ପଦକ୍ଷେପ ନେଉ ନ ଥିବା ଓଲଟା ଅଭିଯୋଗ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଭାଜପା ଜିଲା ସାଧାରଣ ସମ୍ପାଦକ ଶୁଶିଳ କର ଓ ନଗର ସଭାପତି କାହ୍ନୁଚରଣ ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri