୨୧ରୁ କନ୍ଧମାଳ ମହୋତ୍ସବ : ରାଇକିଆରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ

ରାଇକିଆ,୧୮।୩(ପ୍ରଦୀପ ବେହେରା): ୨୧ ତାରିଖରୁ ଆରମ୍ଭ ହେବାକୁ ଥିବା କନ୍ଧମାଳ ମହୋତ୍ସବ ଅବସରରେ ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ପ୍ରଶାସନ ତରଫରୁ ମଙ୍ଗଳବାର ଛାତ୍ରୀଛାତ୍ରଙ୍କୁ ନେଇ ବ୍ଲକ ସ୍ତରୀୟ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କବାଡି, ଖୋଖୋ, ଭଲିବଲ, ଫୁଟବଲ ଭଳି କ୍ରୀଡାକୁ ଏଥିରେ ସାମିଲ କରାଯାଇଛି । ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ବିଧାୟକ ପ୍ରତିନିଧି ତାରିଣୀ ପରିଛା , ଏବିଡିଓ ଦିବ୍ୟସିଂହ କହଁର, ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଦଡିଙ୍ଗିଆ ସମିତି ସଭ୍ୟ ପ୍ରଦୀପ ପ୍ରଧାନ , ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ଡବ୍ଲୁଇଓ ଉର୍ମିଳା ପ୍ରଧାନ, ଯୋଗାଣ ନୀରିକ୍ଷକ କିରଣ ବେହେରା, ବିପିଏମ କମଲ ନାୟକ ଏବଂ ବ୍ଲକ କର୍ମଚାରୀମାନେ ପରିଚାଳନା କରିଥିବାବେଳେ କ୍ରୀଡା ଶିକ୍ଷକ କାର୍ତ୍ତିକ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କ୍ରୀଡା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଖେଳ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୋଲକୋ ଚେକ୍‌ଡ୍ୟାମରୁ ଜଳସେଚନ ସୁବିଧା ପାଇ ଚାଷୀ ଖୁସି

କେସିଙ୍ଗା,୧୮ା୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋଲକୋ ଚେକ୍‌ଡ୍ୟାମ ମାଧ୍ୟମରେ ଜଳସେଚନ ସୁବିଧା ପାଇଁ ଚାଷୀମାନେ ଖୁସିବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ ଅଞ୍ଚଳ ଦେଇ...

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି...

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image