ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୨୮।୯: ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପିଲାମାନଙ୍କ ପାଇଁ ପୋଷଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହି ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ମାଧ୍ୟମରେ ‘ପ୍ରୋଜେକ୍ଟ ନନ୍ଦଘର’ ଅଭିଯାନର ଶୁଭାରମ୍ଭ କରାଯାଇଛି। ଯେଉଁଠାରେ ବେଦାନ୍ତର ବ୍ୟବସାୟ ୟୁନିଟ୍‌ ରହିଛି, ସେହି ରାଜ୍ୟଗୁଡିକରେ ମିଲେଟ୍‌ ପ୍ରୋଟିନ୍‌ ଶେକ୍‌ ବିତରଣ କରାଯାଇଛି। ଚଳିତ ବର୍ଷ ସେପ୍ଟେମ୍ବରରେ ଓଡ଼ିଶା, ଛତିଶଗଡ଼ ଏବଂ ଝାଡ଼ଖଣ୍ଡର ଏକାଧିକ ଜିଲାକୁ ବିସ୍ତାରକରି ପ୍ରାୟ ୬୦୦୦ ପିଲାଙ୍କୁ ୫୦,୦୦୦ରୁ ଅଧିକ ମିଲେଟ ଶେକ୍‌ ବଣ୍ଟନ କରାଯିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ବେଦାନ୍ତର ଅଣ-କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ପ୍ରିୟା ଅଗ୍ରୱାଲ ହେବର କହିଛନ୍ତି, ପିଲାମାନଙ୍କ ମଧ୍ୟରେ ପୁଷ୍ଟିହୀନତାକୁ ମୁକାବିଲା କରିବା ପାଇଁ ଆମେ ଗତ ବର୍ଷ ଆରମ୍ଭ କରିଥିବା ମଲ୍ଟି ମିଲେଟ୍‌ ପୁଷ୍ଟିକର ବାରର ସଫଳତା ପରେ ବର୍ତ୍ତମାନ ଆମେ ପୋଶନ୍‌ ମାହକୁ ପାଳନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ନନ୍ଦଘର ପୁଷ୍ଟିକର ମିଲେଟ କ୍ୟାମ୍ପେନିଂର ପରିଚୟ ବିଶେଷକରି ଆମର ‘ଖାନା ଖାୟା କ୍ୟାୟା’ ଆନ୍ଦୋଳନ ସହିତ ଜଡିତ ରହିଛି। ଯେଉଁଠାରେ ପ୍ରତ୍ୟେକ ଶିଶୁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇ ଦିଆଯାଇଥାଏ।
ସେହିଭଳି ନନ୍ଦଘରର ସିଇଓ ଶଶୀ ଆରୋରା କହିଛନ୍ତି, ଆମେ ପିଲାଦିନର ପୁଷ୍ଟିହୀନତାର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରି ଭାରତର ଭବିଷ୍ୟତ ପ୍ରତିପୋଷଣ କରିବାକୁ ଚେଷ୍ଟା କରିଛୁ। ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି, ନନ୍ଦଘରର ଏହି ପରିବର୍ତ୍ତନଶୀଳ ପଦକ୍ଷେପର ଅଂଶ ହୋଇଥିବାରୁ ଆମେ ଗର୍ବିତ। ପିଲାମାନଙ୍କର ସୁସ୍ଥତା ଏବଂ ପୁଷ୍ଟିକର ଖାଦ୍ୟ ନିଶ୍ଚିତ କରିବା ଆମ ହୃଦୟର ଏକ କାରଣ ଏବଂ ମିଲେଟ ଶେକ୍‌ ବଣ୍ଟନ ହେଉଛି ଯୁବ ପିଢ଼ିଙ୍କ ପାଇଁ ଏକ ସୁସ୍ଥ ଭବିଷ୍ୟତ ପ୍ରତିପୋଷଣ ପାଇଁ ଆମର ପ୍ରତିବଦ୍ଧତାର ପ୍ରମାଣ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri