ଭେନେଜୁଏଲାର ବିରୋଧୀ ନେତା ଗୋଞ୍ଜାଲେଜ୍‌ଙ୍କ ସ୍ପେନ୍‌ ପଳାୟନ

କାରାକସ୍‌,୯ା୯: ଭେନେଜୁଏଲାର ପୂର୍ବତନ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍‌ ଦେଶ ଛାଡ଼ି ପଳାଇ ଯାଇଛନ୍ତି। ସ୍ପେନ୍‌ ତାଙ୍କୁ ଆଶ୍ରୟ ଦେବା ନିମନ୍ତେ ଅନୁମତି ପ୍ରଦାନ କରିଛି। ଦେଶରେ ଗୋଟିଏ ଦଳ ଦ୍ୱାରା ୨ ଦଶନ୍ଧିର ଶାସନରେ ଲକ୍ଷ ଲକ୍ଷ ଲୋକେ ଅତିଷ୍ଠ ହୋଇ ଗୋଞ୍ଜାଲେଜ୍‌ଙ୍କ ପ୍ରଚାର ଉପରେ ଆଶା ରଖିଥିଲେ। ତାଙ୍କର ପଳାୟନ ଏହି ଲୋକମାନଙ୍କ ପାଇଁ ଶକ୍ତ ଧକ୍କା ହୋଇଛି। ଜୁଲାଇରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଗେଞ୍ଜାଲେଜ୍‌ ବିଜୟୀ ହେବେ ବୋଲି ବିଭିନ୍ନ ଦେଶ ଆଶାବାଦୀ ଥିଲେ। ତେବେ ନିକୋଲାସ୍‌ ମାଦୁରୋ ତୃତୀୟ ଥର ପାଇଁ ଦେଶର ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଥିଲା। ତାଙ୍କୁ ୫୧ପ୍ରତିଶତ ଭୋଟ ମିଳିଥିବାବେଳେ ଗୋଞ୍ଜାଲେଜ୍‌ ୪୪% ଭୋଟ ପାଇଥିଲେ। ଭୋଟିଂରେ ଜାଲିଆତି ଅଭିଯୋଗ ହୋଇଥିଲା। ଦେଶରେ ରାଜନୈତିକ ଶାନ୍ତି ଓ ସ୍ଥିରତା ପାଇଁ ଗୋଞ୍ଜାଲେଜଙ୍କୁ ସୁରକ୍ଷିତ ଭାବେ ଦେଶ ଛାଡ଼ିବା ନିମନ୍ତେ ସୁଯୋଗ ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ବଡ଼ ପ୍ଲାନିଂ କରି ହେଜ୍‌ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍‌ କମ୍ପାନୀ

ଜେରୁଜେଲମ୍‌,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍...

ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ

ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର...

ଇସ୍ରାଏଲ ଚିର ଶତ୍ରୁ ହିଜବୁଲ୍ଲା: ଅନେକ ମୁସଲମାନ ଦେଶକୁ ପାଣି ପିଆଇସାରିଛି, ଜାଣନ୍ତୁ ହିଜବୁଲାର ପୁରା କାହାଣୀ

ନୂଆଦିଲ୍ଲୀ,୧୯।୯: ଗାଜାରେ ଇସ୍ରାଏଲ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ବର୍ଷେ ପୂରିବାକୁ ବସିଥିବା ବେଳେ ଏହି ଯୁଦ୍ଧ ଏବେ ଇସ୍ରାଏଲ ଏବଂ ହମାସରୁ ଯାଇ ହିଜବୁଲ୍ଲା...

ଚାଞ୍ଚଲ୍ୟକର ଖୁଲାସା କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ: ୩୭୦କୁ ନେଇ ପାକିସ୍ତାନ ସହ ଅଛି ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମେଣ୍ଟ

ଇସଲାମାବାଦ୍‌,୧୯।୯: ଜମ୍ମୁ କଶ୍ମୀରରେ ଚାଲିଥିବା ବିଧାନସଭା ନିର୍ବାଚନ ଉପରେ ପାକିସ୍ତାନ ନଜର ରଖିଛି। ଧାରା ୩୭୦ ଏବଂ ୩୫ଏ ପୁଣି ଥରେ କଶ୍ମୀରରେ ପୁନଃକାର୍ଯ୍ୟକାରୀ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri