୩୦ରୁ ଅତି ପ୍ରବଳ ବର୍ଷା:ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୮(ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାକୁ ଥିବାବେଳେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ସୃଷ୍ଟି ହେବାକୁ ଥିବା ଲଘୁଚାପ ଆଗାମୀ ୨ଦିନରେ ପଶ୍ଚିମ- ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ। ଏ ନେଇ ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ବୁଧବାର ପ୍ରବଳ ବର୍ଷା (୭ରୁ ୧୧ ସେମି ପର୍ଯ୍ୟନ୍ତ) ହେବା ନେଇ କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ ଓ ଜଗତ୍‌ସିଂହପୁର ଆଦି ରହିଛି। ୨୯ ତାରିଖରେ ୧୩ ଜିଲାରେ ପ୍ରବଳ ବର୍ଷା ହେବା ସହ ବିଜୁଳି ଓ ଘଡ଼ଘଡ଼ି ମାରିବା ନେଇ ପାଣିପାଗ କେନ୍ଦ୍ର ସତର୍କ କରିଛି। ଲଘୁଚାପ ପ୍ରଭାବରେ ୩୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩୧ ତାରିଖ ପର୍ଯ୍ୟନ୍ତ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି। ସେହିପରି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। କଚ୍ଚା ଘର ଓ କଚ୍ଚା ରାସ୍ତା ଧସିବାର ଭୟ ରହିଥିବାରୁ ରାଜ୍ୟବାସୀ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri