Categories: ଜାତୀୟ

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଆଡ଼ଭାନୀ

ନୂଆଦିଲ୍ଲୀ, ୪।୭ : ଭେଟେରାନ ଭାଜପା ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ(୯୬) ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାୟୁ ବିଜ୍ଞନୀ ଡା. ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ୍‌ ୨୭ରେ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ଆଡଭାନୀଙ୍କୁ ଦିଲ୍ଲୀସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଏହାର ଦିନକ ପରେ ସେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିଲେ।

Share