ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୨୨।୮(ଅସମାପିକା ସାହୁ): ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ। ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ ସେ ସାମାଜିକ ବିକାଶରେ ମଧ୍ୟ ମହତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି। ତାଙ୍କର ତ୍ୟାଗପୂତ ସରଳ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ସ୍ବର୍ଗତ ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟଦା ସହ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share