ଉତ୍ତମ ଅଭିନୟର ଅବସାନ: ମନୋରଞ୍ଜନ ଜଗତରେ ଶୋକର ଛାୟା

ଗୁରୁଗ୍ରାମ(ଏଜେନ୍ସି),୨୮।୨:ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ କେବଳ ଓଲିଉଡ୍‌ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି। ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି।

ଏହି ଖବର ପ୍ରକାଶିତ ହେବା ପରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ଉତ୍ତମଙ୍କ ଅଗଣିତ ପ୍ରଶଂସକ ତାଙ୍କ ମହାନ୍‌ ବ୍ୟକ୍ତିତ୍ୱକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାରେ ଲାଗିଛନ୍ତି।
୧୯୫୮ ଡିସେମ୍ବର ୨୩ରେ ବାରିପଦାରେ ଉତ୍ତମ ମହାନ୍ତିଙ୍କ ଜନ୍ମ। ବାରିପଦାର ଏମ୍‌କେସି ହାଇସ୍କୁଲରେ ସେ ମାଟ୍ରିକ ପଢ଼ା ଶେଷକରି ମହାରାଜା ପୂର୍ଣ୍ଣଚନ୍ଦ୍ର କଲେଜରେ ଇଣ୍ଟରମିଡିଏଟ୍‌ ଓ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପାଠପଢ଼ା ବେଳୁ ଅଭିନୟ ପ୍ରତି ଉତ୍ତମଙ୍କର ଅହେତୁକ ଦୁର୍ବଳତା ପରବର୍ତ୍ତୀ ସମୟରେ ତାଙ୍କୁ ମନୋରଞ୍ଜନ ଦୁନିଆରେ ପ୍ରତ୍ୟକ୍ଷ ଅଭିନୟ ପାଇଁ ଟାଣିନେଇଥିଲା। ତେବେ ଉତ୍ତମ ସ୍ନାତକ ଶିକ୍ଷା ପରେ ଚାର୍ଟାର୍ଡ ଆକାଉଣ୍ଟାନ୍ସି ପଢ଼ିବା ପାଇଁ ଲୁଧିଆନା ଯାଇଥିଲେ। ୧୯୭୭ ମସିହାରେ ଅଭିମାନ ଚଳଚ୍ଚିତ୍ରରେ କ୍ୟାରିୟର ଆରମ୍ଭ କରିଥିବା ଉତ୍ତମ ପରବର୍ତ୍ତୀ ସମୟରେ ୧୫୦ରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଥିଲେ।

ନିଝୁମ୍‌ ରାତିର ସାଥୀ (୧୯୭୯), ଫୁଲଚନ୍ଦନ(୧୯୮୨), ଝିଅଟି ସୀତା ପରି (୧୯୮୩), ଦଣ୍ଡାବାଳୁଙ୍ଗା (୧୯୮୪) ଆଦି ଥିଲା ତାଙ୍କ ଅଭିନୀତ ବ୍ଲକ୍‌ ବଷ୍ଟର ଓଡ଼ିଆ ଚଳଚ୍ଚିତ୍ର। ଏତିକି ନୁହେଁ, ଉତ୍ତମ ସାରା ଆକାଶ, କଥା କହୁଥିଲେ ସରିବନି, ପଣତ କାନି ଓ ଉତ୍ତରଦାୟୀ ଭଳି କେତୋଟି ଟେଲିଭିଜନ ଧାରାବାହିକରେ ମଧ୍ୟ ନିଜ ଅଭିନୟର ଚାତୁରୀ ଦେଖାଇ ଓଡ଼ିଶାର ଘରେ ଘରେ, ପୁରେ ପୁରେ ଲୋକପ୍ରିୟ ହୋଇଥିଲେ। ଉତ୍ତମ ୩୦ଟି ବଙ୍ଗଳାଭାଷୀ ଫିଲ୍ମ ଏବଂ ଗୋଟିଏ ହିନ୍ଦୀ ଚଳଚ୍ଚିତ୍ର (ନୟା ଜହର)ରେ ଅଭିନୟ କରିଥିଲେ। ୨୦୨୨ରେ ମୁକ୍ତିଲାଭ କରିଥିବା ‘ବିଦ୍ୟାରାଣ’ ଥିଲା ତାଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର। ଉତ୍ତମ ମହାନ୍ତି ଓଡ଼ିଆ ସିନେମା ଜଗତରେ ଜଣେମାତ୍ର ଅଭିନେତା ଥିଲେ, ଯିଏକି ଦୀର୍ଘ ୨ ଦଶନ୍ଧି ଧରି ଓଲିଉଡ୍‌ରେ ରାଜ କରିଥିଲେ। ୧୯୮୦ ଦଶକ ଏବଂ ୯୦ ଦଶକରେ ତାଙ୍କ ଚଳଚ୍ଚିତ୍ରଗୁଡ଼ିକ ଗାଁଠୁ ସହରଯାଏ ଦର୍ଶକଙ୍କ ମନ ମୋହିବା ସହ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିଲା। ଦେଖିବାକୁ ଗଲେ ଓଲିଉଡ୍‌ରେ ବ୍ୟବସାୟିକ ଫିଲ୍ମର ସଫଳତା ଉତ୍ତମ ମହାନ୍ତିଙ୍କଠାରୁ ଆରମ୍ଭ ହୋଇଥିଲା।
ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅଭିନୟର ଏକ ନୂଆ ଟ୍ରେଣ୍ଡ ଆରମ୍ଭ କରିଥିବା ଉତ୍ତମଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ୧୯୯୯ରେ ମର୍ଯ୍ୟାଦାଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ୨୦୧୨ରେ ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆଓ୍ବାର୍ଡ ଏବଂ ଅନେକ ଥର ସର୍ବଶ୍ରେଷ୍ଠ ଅଭିନେତା ଭାବେ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। ଉତ୍ତମଙ୍କ ସ୍ତ୍ରୀ ଅପରାଜିତା ମହାନ୍ତି ଜଣେ ଆଗଧାଡ଼ିର ଅଭିନେତ୍ରୀ ହୋଇଥିବାବେଳେ ପୁଅ ବାବୁସାନ୍‌ ମଧ୍ୟ ସମ୍ପ୍ରତି ଓଲିଉଡ୍‌ରେ ଜଣେ ଲୋକପ୍ରିୟ ଅଭିନେତା ଭାବେ ସକ୍ରିୟ ରହିଛନ୍ତି।
ମୁଖ୍ୟମନ୍ତ୍ରୀ ମାଝୀ ଉତ୍ତମଙ୍କ ପରଲୋକରେ ଶୋକବ୍ୟକ୍ତ କରି କହିଛନ୍ତି, ଏହି ମହାନ୍‌ ଅଭିନେତାଙ୍କ ଦେହାନ୍ତ ବିଷୟ ଜାଣି ସେ ଅତ୍ୟନ୍ତ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡ଼ିଆ କଳାଜଗତରେ ସେ ଛାଡ଼ିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ ଏକ୍ସ’ରେ ପୋଷ୍ଟ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ତାଙ୍କୁ ବ୍ୟଥିତ କରିଛି। ଉତ୍ତମଙ୍କ ବିୟୋଗ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ମହାପ୍ରଭୁଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ପ୍ରଭାତୀ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ଓଡ଼ିଆ ସିନେ ଜଗତର ଅଦ୍ୱିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି। ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri