କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ବିଳମ୍ବିତ ରାତ୍ରରେ ତାଙ୍କର ସ୍ବାସ୍ୟାବସ୍ଥା ଅଧିକ ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯିବା ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଶ୍ରୀକାନ୍ତ ପ୍ରୋଜେକ୍ଟ ସି ବାର୍ଡ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

Share