Categories: ଜାତୀୟ

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା

ଚମୋଲି,୭।୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ବଡ ହିମସ୍ଖଳନ ହୋଇଛି। ଏଥିରେ ୧୦ଜଣଙ୍କ ଜୀବନ ଯାଇଥିବାବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତ। ଏହା ସହ ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକେ କେଣସି ପ୍ରକାରର ସାହାଯ୍ୟ ପାଇଁ ୧୦୭୦ ବା ୯୫୫୭୪୪୪୪୮୬ରେ ଯୋଗାଯୋଗ କରିବାକୁ ସେ କହିଛନ୍ତି। ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ aମଅତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Share