ପିଜିଏଲ୍‌ ହୋଣ୍ଡାରେ ବିଜୟ ମହୋତ୍ସବ

ଭୁବନେଶ୍ୱର,୧୧।୧୦(ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ବିଜୟ ମହୋତ୍ସବ’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଏସ୍‌ଆଇର ସ୍ବୀକୃତିପ୍ରାପ୍ତ ଡିଲର ପିଜିଏଲ୍‌ ହୋଣ୍ଡାର ଭୁବନେଶ୍ୱର ଶୋ’ରୁମ୍‌ ପକ୍ଷରୁ ‘ବିଜୟ ମହୋତ୍ସବ’ର ପାଳନ କରାଯାଇଥିଲା। ଅପରପକ୍ଷରେ ମହୋତ୍ସବର ଦ୍ୱିତୀୟ ସପ୍ତାହ ଲକି ଡ୍ର ଉତ୍ସବ ପିଜିିଏଲ୍‌ ହୋଣ୍ଡାର ବରମୁଣ୍ଡା ଶୋ’ରୁମ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଲକି ଡ୍ର ଉଠାଣ କାର୍ଯ୍ୟକ୍ରମରେ ପିଜିଏଲ୍‌ ହୋଣ୍ଡାର ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ସେହିଭଳି ଭୁବନେଶ୍ୱରର ଗ୍ରାହକ ମାଳବିକା ନାୟକ ଏହି ଲକି ଡ୍ର’ ଜରିଆରେ ନୂଆ ଟିଭି ଜିତିଥିବାବେଳେ ଅନ୍ୟମାନେ ଆକର୍ଷଣୀୟ ଉପହାର ପାଇଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବର ୧ରୁ ନଭେମ୍ବର ୩ ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଏଚ୍‌ଏମ୍‌ଏସ୍‌ଆଇ ଅଧିକୃତ ଶୋ’ରୁମ୍‌ରେ ‘ବିଜୟ ମହୋତ୍ସବ’ ପାଳନ ହେଉଛି। ଏହି ଅବସରରେ ଏଚ୍‌ଏମ୍‌ଏସ୍‌ଆଇ ବା ହୋଣ୍ଡା ଓଡ଼ିଶାର ଦୁଇଚକିଆ ୟୁନିଟ୍‌ ପକ୍ଷରୁ ଆକର୍ଷଣୀୟ ଅଫର ଓ ସ୍ବତନ୍ତ୍ର ମାଲେସିଆ ଟ୍ରିପ୍‌ ମଧ୍ୟ ସମ୍ପର୍କରେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

ବନ୍ଧନ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୫।୧୦: ବନ୍ଧନ ମ୍ୟୁଚୁଆଲ ଫଣ୍ଡ (ବିଏମ୍‌ଏଫ୍‌)ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଫଣ୍ଡ୍‌ ଓ ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍‌...

୧୦ ଦିନରେ ୧୩୪%ର ଅଭିବୃଦ୍ଧି ହାସଲ

ନୂଆଦିଲ୍ଲୀ,୧୫।୧୦: ଭାରତରେ ପାର୍ବଣ ଋତୁ ବ୍ୟବସାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅବଧିକୁ ଚିହ୍ନିତ କରୁଛି। ଏହି ଗୁରୁତ୍ୱପୂର୍ଣ୍ଣ କର୍ପୋରେଟ ଆବଶ୍ୟକତାକୁ ସମ୍ବୋଧିତ କରି ଭାରତର ଅଗ୍ରଣୀ ବି୨ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri