ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍‌ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା ଘଟଣାରେ ଶିକ୍ଷକଙ୍କୁ ଅନ୍ୟ ସ୍କୁଲ୍କୁ ବଦଳି କରିଛନ୍ତି ଜିଲାପାଳ।

ସୂଚନାନୁସାରେ ବିଦ୍ୟାଳୟରେ ଗତ ଗୁରୁବାର ଖେଳ ଶିକ୍ଷକ ବିଳମ୍ବରେ ଆସିବା ଓ ବିଦ୍ୟାଳୟ ଭିତରେ ସରପଞ୍ଚ ଭିଡିଓ ବନାଇବା ନେଇ ସ୍କୁଲର ଖେଳ ଶିକ୍ଷକ ଓ ସରପଞ୍ଚଙ୍କ ମଧ୍ୟରେ ଛକାପଞ୍ଝା ଦେଖିବାକୁ ମିଳିଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଶୁକ୍ରବାର ଶିକ୍ଷକ ଜଣକ ସ୍କୁଲର ଛାତ୍ରୀମାନଙ୍କୁ ଦୀର୍ଘ ୧୦ କିଲୋମିଟର ଚଲାଇ ସରପଞ୍ଚଙ୍କ ନାମରେ ଏତଲା ଦେବା ପାଇଁ ଯାଇଥିଲେ।

ଏହି ସମୟର ଭିଡିଓ ଭାଇରାଲ୍ ହେବା ପରେ ଅଭିଭାବକ ମହଲରେ ଆଲୋଚନାର ବିଷୟ ହୋଇଥିଲା। ଭିଡିଓ ଭାଇରାଲ୍ ଖବର ପାଇ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପଙ୍କଜ ବଳିଆର ସିଂ ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଇଥିଲେ। ପରେ ପ୍ରଧାନ ଶିକ୍ଷକ କହିବା ପରେ ସମ୍ପୃକ୍ତ ଶିକ୍ଷକ ଛାତ୍ରୀମାନଙ୍କୁ ସ୍କୁଲକୁ ଫେରାଇ ଆଣିଥିଲେ। ହେଲେ ଛାତ୍ରୀମାନଙ୍କୁ ମାନଙ୍କୁ ଚଳାଇ ନେବା ନେଇ ଶନିବାର ଅଭିଭାବକ ମାନେ ବିଦ୍ୟାଳୟ ମୁଖ୍ୟ ଫାଟକ ଆଗରେ ଧାରଣାରେ ବସିଥିଲେ।

ଖବର ପାଇ ଜିଲା ମଙ୍ଗଳ ଅଧୂକାରୀ ଅନ୍ତର୍ଯାମୀ କହଁର, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ କଳକୀ ବଲ୍ଲଭ ସାମନ୍ତରାୟ, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ ପଞ୍ଚାୟତ ସମିତି ଅଧ୍ଯକ୍ଷା କମଳା ପାତ୍ର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପଙ୍କଜ ବଳିଆର ସିଂ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟ ଓ ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ।

ଏ ବିଷୟରେ ଜିଲା ମଙ୍ଗଳ ଅଧିକାରୀ କହଁରଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲି। ଜିଲାପାଳଙ୍କୁ ଏହାର ରିପୋର୍ଟ ଦିଆଯିବ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରକାଶ କରିଥିଲେ। ଏହାସହ ଅଭିଭାବକଙ୍କୁ ବୁଝାଶୁଝା କରିବା ପରେ ଧାରଣାରୁ ଉଠିଥିବା ପ୍ରକାଶ କରିଥିଲେ। ଏହାର ତଦନ୍ତ କରି କଳାହାଣ୍ଡି ଜିଲାପାଳ ପତ୍ର ସଂଖ୍ୟା ୩୪୧ ତାରିଖ ୪/୨ /୨୦୨୫ ଅନୁଯାୟୀ ଶିକ୍ଷକଙ୍କୁ କଳାହାଣ୍ଡି ଜିଲା ମଦନପୁର ରାମପୁର ବ୍ଲକର ଲୁବେନଗଡ ସରକାରୀ ଏସ୍ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ ବଦଳି କରିଥିବା ଜିଲା ମଙ୍ଗଳ ଅଧୂକାରୀ ଅନ୍ତର୍ଯ୍ୟାମୀ କହଁରଙ୍କ ଠାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ...

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା...

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ମହିଳାଙ୍କଠାରୁ ଝାମ୍ପିନେଲେ ସୁନାଚେନ

ଗୋପାଳପୁର,୭ା୪(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ ଲୁଟ, ଚୋରି ଓ ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବେଳାଭୂମିରେ ପ୍ରାତଃ ଭ୍ରମଣ ସମୟରେ ମହିଳାଙ୍କ ଠାରୁ...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ

ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image