ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ ପ୍ରାୟ ସାତମାସ ହେବ ଏକ ଗୋଠଛଡା ଦନ୍ତା ଦୁଇଶହରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ସାରିଥିବା ବେଳେ ଘଉଡାଇବା କ୍ଷେତ୍ରରେ ବନ ବିଭାଗର ଅସଫଳତା ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଗତ ରାତିରେ ଏହି ଗୋଠଛଡା ଘୁଷୁରା ଓ କେନାଭେଟା ଅଞ୍ଚଳର ନରସିଂହପୁର, ଗୋପିନାଥପୁର, ପତ୍ରାପାଲି ବସ୍ତିରେ ପଶି ୭ଟି  ଘର ଭାଙ୍ଗିଛି ।
କ୍ଷତିଗ୍ରସ୍ତ ପରିବାର ଅସହାୟ ମନେ କରି ବିଭାଗର ସହାୟତା ଭିକ୍ଷା କରିଛନ୍ତି । ଅପର ପକ୍ଷରେ ବଣାଇଁ ବନଖଣ୍ଡରେ ଗତ ଦୁଇଦିନ ତଳେ ଜାମୁଡ଼ିହି ଅଞ୍ଚଳରେ ଅନୁରୂପ ଏକ ଗୋଠ ଛଡାକୁ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ବ୍ୟବସ୍ଥା ଲଗାଯାଇଛି । ରେଡିଓକୋଲାର କାମ ହେଲା ଟ୍ରାକିଂ କିନ୍ତୁ ହାତୀ କେଉଁଠି ଅଛି ଜାଣି ମଧ୍ୟ ବନ ବିଭାଗ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ପାଉ ନ ଥିବା ଘଟଣାକୁ ସମାଜସେବୀ ହବିବ ମହମ୍ମଦ ଖାନ ଦୃଢ଼ ନିନ୍ଦାକରି ଏକ ଭିଡିଓ ବାର୍ତ୍ତାରେ ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଜନ୍ତ୍ର ଲାଗିଲେ ଲୋକେ ଉପକୃତ ହେବେ ବୋଲି କହିବା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ବହୁ ସଂଖ୍ୟାରେ ଲୋକେ ଏହାକୁ ପସନ୍ଦ କରିଥିବାରୁ ଏଥିରୁ ଜନଅସନ୍ତୋଷ ସ୍ପଷ୍ଟ ବାରିହେଉଛି । କ୍ଷତି ପୂରଣ ଦେଇଦେବେ କହି କର୍ତ୍ତବ୍ୟ ଶେଷ ବୋଲି ଭାବୁଥିବା ବିଭାଗକୁ କଟାକ୍ଷ କରିଛନ୍ତି ଅଞ୍ଚଳର ସମାଜସେବୀ । କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ପ୍ରଦାନ ସହ ହାତୀକୁ ଅନ୍ୟତ୍ର ନେବାକୁ ସାଧାରଣରେ ଦାବି ହେଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri