ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଜଣେ ଅବସରପ୍ରାପ୍ତ ଅଫିସର କେଉଁଭଳି ଭାବେ ଓଡ଼ିଶାର ଭବିଷ୍ୟତକୁ ନିୟନ୍ତ୍ରଣ କରୁଛନ୍ତି ସେ ନେଇ ଦୁଃଖ ପ୍ରକାଶ କରିଛନ୍ତି।

ଭିଡିଓ ଜାରି କରି ହିମନ୍ତ କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦାୟକ ଭିଡିଓ। ଏଥିରେ ଭି.କେ. ପାଣ୍ଡିଆନ ନବୀନ ବାବୁଙ୍କ ହାତ ଥରିବାକୁ ନିୟନ୍ତ୍ରଣ କରୁଛନ୍ତି। ତାମିଲନାଡ଼ୁର ଜଣେ ଅବସରପ୍ରାପ୍ତ ପୂର୍ବତନ ଅମଲାତନ୍ତ୍ରୀ ବର୍ତ୍ତମାନ ଓଡ଼ିଶାର ଭବିଷ୍ୟତ ଉପରେ କିଭଳି ନିୟନ୍ତ୍ରଣ କରୁଛନ୍ତି, ତାହା କଳ୍ପନା କରି ମୁଁ ହତଚକିତ ହୋଇଯାଉଛି। ତେବେ ଭାଜପା ରାଜ୍ୟବାସୀଙ୍କ ହାତରେ ପୁଣିଥରେ ଓଡ଼ିଶାର ଶାସନ ଭାର ଧରାଇ ଦେବାକୁ ବଦ୍ଧ ପରିକର ବୋଲି ସେ କହିଛନ୍ତି।

ଯାହାକୁ ନେଇ ଭିଡିଓ ଜାରି କରି ଶାଣିତ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ମୋ ହାତ ସଂପର୍କରେ ଭାଜପା ଜାଣିଶୁଣି ଅଯଥା ପ୍ରସଙ୍ଗ କରୁଛି। ଭାଜପାର ଏହି ପ୍ରସଙ୍ଗ କିଛି କାମ ଦେବନି ବୋଲି ରୋକଠୋକ ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri