ଆଠଗଡ଼ ବିଡିଓଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି; ଗିରଫ କଲା ଭିଜିଲାନ୍ସ

କଟକ, ୮ା୮: ଆଠଗଡ଼ ବିଡିଓ ପ୍ରଦୀପ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚଢ଼ାଉ ପରେ ତାଙ୍କୁ ଗିରଫ କରାଯାଇଛି । ଚଢ଼ାଉ ସମୟରେ ପ୍ରଦୀପଙ୍କ ଘରୁ ବିପୁଳ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିଥିଲା।

ଚଢ଼ାଉବେଳେ ବିଡିଓ ସାହୁ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ ରହିଥିବା ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ୪୭ ଲକ୍ଷ ଟଙ୍କାର ଜମା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨-ବିଏଚ୍‌କେ ଫ୍ଲାଟ୍‌ ରହିଛି। ସାହୁଙ୍କ ଏତେ ସମ୍ପତ୍ତିର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ଖୋଳତାଡ଼ କରୁଛି। ସମ୍ପତ୍ତି ତାଲିକା ଆହୁରି ଅଧିକ ହେବାର ସମ୍ଭାବନା ରହିଛି। ପ୍ରଦୀପ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ୨୦୨୩ ଫେବୃଆରୀ ୧ରେ ପ୍ରଦୀପ ଆଠଗଡ଼ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପୂର୍ବରୁ ସେ ନରସିଂହପୁର ବ୍ଲକରେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri