୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ ନାଁରେ ଭିଜିଲାନ୍ସ ୧୨ ଟି ଦୁର୍ନୀତି ମାମଲା ରୁଜୁ କରିଥିଲା। ୧୭ ବର୍ଷ ହେଲା ଭିଜିଲାନ୍ସ ଗଡ଼ନାୟକଙ୍କୁ ଗିରଫ କରିବା ପାଇଁ ଜାଲ ବିଛାଇଥିଲା। କିନ୍ତୁ ଭିଜିଲାନ୍ସକୁ ଚକମା ଦେଉଥିଲେ ଗଡ଼ନାୟକ ବାବୁ । କିନ୍ତୁ ଭିଜିଲାନ୍ସ ଆଜି ବିନାୟକ ଗଡ଼ନାୟକଙ୍କୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଙ୍କଡାସଡା ଗାଁରୁ ଗିରଫ କରିଥିଲା। ଲୋୟର ସୁକତେଲ ପ୍ରକଳ୍ପରେ ବ୍ୟାପକ ଦୁର୍ନୀତି କରିବା ସହିତ ଟଙ୍କା ହେରଫେର କରିଥିଲେ ଗଡ଼ନାୟକ ବାବୁ । ଟଙ୍କା ନାଁରେ ମାମଲା ରୁଜୁ ହୋଇ ଚାକିରି ହରାଇଥିଲେ। କିନ୍ତୁ ଗିରଫ ହୋଇନଥିଲେ। ଆଜି ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିବା ପରେ ଜାମିନ ନାମଞ୍ଜୁର ହୋଇଥିଲା। ଫଳରେ ଜେଲ ଯାଇଥିଲେ ଗଡ଼ନାୟକ ବାବୁ।


Enter your email to get our daily news in your inbox.

All Right Reserved By Dharitri.Com

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image