ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ ଥିବା ଅଧିକାରୀ ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ସନ୍ଧ୍ୟା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ନିକେଶଜୋର ଗ୍ରାମର ବବ୍ଲୁ ନାଏକ, ଅର୍ଜୁନ ନାଏକ, ଘାସିରାମ ନାଏକ ଏ ତିନି ଜଣଙ୍କ ଠାରୁ ଜନ୍ମ ପ୍ରମାଣ ପତ୍ର କରେଇ ଦେବା ପାଇଁ ୪ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପରେ ଏହି ତିନିଜଣ ଜିଲା ଭିଜିଲାନ୍ସ ବିଭାଗର ଦ୍ବାରସ୍ଥ ହୋଇ ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ଆଗରୁ ବିଛାଇ ଥିଲା ଜାଲରେ ଜନ୍ମମୃତ୍ୟୁ ପ୍ରମାଣପତ୍ର ଅଧିକାରୀ ଲକ୍ଷ୍ମୀ ନାରାୟଣ ମହାରଣା ରଙ୍ଗ ବୋଲା ଟଙ୍କା ସହ ତାଙ୍କ ‘ଫୋନ ପେ’ରେ ଅନେକ ଅଭିଭାବକଙ୍କ ଠାରୁ ବେଆଇନ୍ ରେ ଟଙ୍କା ନେଇଥିବା ପ୍ରମାଣ ପାଇଁ ତାଙ୍କୁ କାବୁ କରିଥିଲେ।

ପ୍ରକାଶଯୋଗ୍ୟ ଯେ ପୂର୍ବରୁ ମଧ୍ୟ ଏହି ବିଭାଗର ଦାୟିତ୍ୱରେ ଥିବା ଜଣେ ଅଧିକାରୀ ୫ ରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ି ବର୍ତ୍ତମାନ୍ ସେ ଆଇନ୍ ଅନୁଯାୟୀ ଦଣ୍ଡିତ ହୋଇଥିବା ବେଳେ ମହାରଣାଙ୍କୁ ଏହି ଦାୟିତ୍ଵ ଦିଆଯାଇଥିଲା। ଅଧିବାସୀ ଅଧ୍ୟୁଷିତ ଅଞ୍ଚଳର ଗରିବ ନିରୀହ ଲୋକଙ୍କ ଠାରୁ ଏମିତି ଅଫିସର୍ ବାବୁ ମାନେ ସରକାରୀ କାମ ଯାହାକି ସମ୍ପୂର୍ଣ୍ଣ ମାଗଣା କରିବା କଥା ହେଲେ ଲୁଟିବାରେ ଲାଗିଛନ୍ତି। ଏମିତି କି ଏହି ଲାଞ୍ଚୁଆ ଅଧିକାରୀଙ୍କୁ କୌଣସି ବଡ଼ ଭି.ଭି.ଆଇ.ପି ଙ୍କୁ ଜଗିଲା ଭଳି ଘଣ୍ଟା ଘଣ୍ଟା ଜଗିବାକୁ ପଡେ। ବାବୁ ଜଣକ ସପ୍ତାହକୁ ଦୁଇ ଦିନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆସି ତରବରିଆ କାମ କରି ପଳାଇଥାନ୍ତି। ଥୁଆମୂଳ ରାମପୁର ବ୍ଲକ୍ ର ଭୌଗଳିକ ସ୍ଥିତି ପାଖାପାଖି ୧୫୦ କି.ମି ରୁ ୨୦୦ କି.ମି ଥିବାରୁ ଅନେକ ଲୋକ ତାଙ୍କ ଛୁଆଙ୍କ ପ୍ରମାଣ ପତ୍ର କିମ୍ବା ମୃତକଙ୍କ ପରିବାର ମୃତ୍ୟୁ ପ୍ରମାଣ ପତ୍ର କରାଇବା ପାଇଁ ଆସିଥାନ୍ତି ହେଲେ ଅଧିକାଂଶ ସମୟ ସେମାନଙ୍କ କାମ ନ ହୋଇପାରିଲେ ବହୁତ ହଇରାଣ ହରକତ ହୋଇ ଘରକୁ ଫେରି ଥାଆନ୍ତି। ଚଡାଉ ସମୟରେ କଳାହାଣ୍ଡି ଜିଲା ଭିଜିଲାନ୍ସ ଡ଼ିଏସପି ପ୍ରଦୀପ କୁମାର ଅୟଂଦଙ୍କ ନେତୃତ୍ୱ ଏକ ଟିମ୍ ସାମିଲ ଥିଲେ ସେଥିରେ ଇନ୍ସପେକ୍ଟର ପ୍ରମିଳା ସୁନା, ଏ ଏସ ଆଇ ସଞ୍ଜୟ ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌...

ତୁର୍କୀରେ ୬.୨ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ,୨୩।୪: ବୁଧବାର ତୁର୍କୀରେ ୬.୨ ତୀବ୍ରତାର ଏକ ଭୂମିକମ୍ପ ହୋଇଛି। ଯାହା ଫଳରେ ଇସ୍ତାନବୁଲରେ କମ୍ପନ ଅନୁଭୂତ ହେବାରୁ ଲୋକମାନେ ନିଜ ଘର ଛାଡି ବାହାରକୁ...

Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ...

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ...

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ...

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍‌, ପାକ୍‌ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍‌!

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ...

ଉଦଳାରୁ ୱେଷ୍ଟ ବେଙ୍ଗଲ କାଠ ଚାଲାଣ : ମାଡ଼ିବସିଲା ବନ ବିଭାଗ

ଉଦଳା,୨୩।୪ (ସନ୍ତୋଷ କୁମାର ବାଛିନି): ବନ ବିଭାଗକୁ ବୋକା ବନାଇ ସମସ୍ତଙ୍କ ସାମ୍ନାରେ କରୁଥିଲେ ଲୁଟ୍‌। ଗୋଟିଏ ଜାଗା ପାଇଁ ପୁରୁଣା ଅନୁମତି ପତ୍ର ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image