ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦ ହଜାର ଟଙ୍କା ମିଳିଥିବା ସୂଚନା ମିଳିଛି। ଟଙ୍କା ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ପିଡ଼ିଙ୍କୁ ଜେରା କରୁଛି ଭିଜିଲାନ୍ସ।

Share