କଟକ,୫ା୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ରେଡ୍ ଚାଲିଛି।
ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।