ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ସୁନ୍ଦରଗଡ଼,୯।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକ କାଳୀନ ପର୍ଶୁରାମଙ୍କ ସୁନ୍ଦରଗଡ଼ସ୍ଥିତ ବାସଭବନ ସମେତ ଭୁବନେଶ୍ୱର ଫ୍ଲାଟ୍‌ , ଲେସିପଡ଼ା ବ୍ଲକରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଚଢ଼ାଉ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବର୍ତ୍ତମାନ ସୁଦ୍ଧା ଏକ କୋଟିରୁ ଊର୍ଦ୍ଧ୍ୱ ଆୟ ବର୍ହିଭୂତ ସମ୍ପତ୍ତି ଠାବ ହୋଇଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share