କଳା ଚଷମା ପିନ୍ଧିଥିଲେ ବିକାଶ ଦିଶିବ ନାହିଁ କାହିଁକି ଏମିତି କହିଲେ ବିଧାୟିକା

ଯାଜପୁର,୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୌରପାଳିକା ପକ୍ଷରୁ ଶନିବାର ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ଏବଂ ଯାଜପୁର ବିଧାୟିକା ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଥିଲା। ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ଯାଜପୁର ବିଧାୟିକା ସାହୁ ପ୍ରଥମେ ଯାଜପୁର ପୌରପାଳିକାର ଐତିହ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ବିଜେଡି ସରକାରଙ୍କ ଗୁଣଗାନ କରି ପୂର୍ବତନ ବିଧାୟକ ପ୍ରଣବପ୍ରକାଶ ଦାସଙ୍କ ବିଭିନ୍ନ କୀର୍ତ୍ତି ବିଷୟରେ ଆଲୋଚନା କରିବା ସହ ସରକାରୀ ଦଳ କଳା ଚଷମା ପିନ୍ଧି ବିକାଶକୁ ଦେଖିପାରୁନି ବୋଲି କହିଥିଲେ। ଏପରି କି ପୂର୍ବତନ ବିଧାୟକଙ୍କ ଅମଳରେ ଅନେକ ଉନ୍ନତିମୂଳକ କାର୍ଯ୍ୟ ହୋଇଛି। ଯାଜପୁର ସହର ନୂଆ ରୂପରେ ଉଭା ହୋଇପାରିଛି ବୋଲି ସେ କହିଥିଲେ। ଏହାପରେ ମୁଖ୍ୟ ଅତିଥି ଏମ୍‌ପି ବେହେରା ଭାଷଣ ଦେଇ ବିଧାୟିକା ସାହୁଙ୍କ କଥାର ଜବାବ ଦେଇଥିଲେ। ରାଜ୍ୟ ସରକାର ସମଗ୍ର ଓଡ଼ିଶାର ବିକାଶ ଚାହୁଁଛନ୍ତି। ଯାଜପୁର ପୌରପାଳିକାରେ ଆଗକୁ ମଧ୍ୟ ଅନେକ ବିକାଶମୂଳକ କାର୍ଯ୍ୟ ହେବ। ହେଲେ ଯାଜପୁରରେ ବିଗତ ସରକାର ସମୟରେ ଯେତିକି ବିକାଶମୂଳକ କାର୍ଯ୍ୟ ହୋଇଛି, ତାହାଠୁ ଅଧିକ ଦୁର୍ନୀତି ହୋଇଛି। ସାରା ଓଡ଼ିଶାରେ ଯାଜପୁର ଦୁର୍ନୀତିରେ ସର୍ବାଗ୍ରେ ରହିବ। ଆଗାମୀ ଦିନରେ କଳା ଚଷମାର ଆବଶ୍ୟକତା ନାହିଁ, ସମସ୍ତେ ଧଳା ଚଷମା ପିନ୍ଧି ସବୁ ଦେଖିପାରିବେ ବୋଲି ଏମ୍‌ପି ବେହେରା କହିଥିଲେ। ଏମ୍‌ପି ଓ ବିଧାୟିକାଙ୍କର ଏଭଳି କଥା କଟାକଟିକୁ ନେଇ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଏହା ଏବେ ଚର୍ଚ୍ଚାର ବିଷୟ ହୋଇଛି। କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ରଞ୍ଜୁଲତା ହୋତା, ଜିଲାପାଳ ପି. ଅନ୍ବେଷା ରେଡ୍ଡୀ, ଉପଜିଲାପାଳ ଅଂଶୁମାନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ...

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ...

ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ...

ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri